ସେଣ୍ଟ୍ରିଂ ସମୟରେ ଖୁଣ୍ଟ ପଡ଼ି ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦେଲେ ମାଲିକ

କୋକସରା,୧୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘର ନିର୍ମାଣ ସମୟରେ ସେଣ୍ଟ୍ରିଂ କାଢୁଥିବା ବଳି ଖୁଣ୍ଟ ମୁଣ୍ଡରେ ବାଜିବା ଫଳରେ ଜଣେ ରାଜମିସ୍ତ୍ରୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି। କୋକସରା ବ୍ଲକ ଲଡୁଗାଁ ଗ୍ରାମର ଜଣେ ବ୍ୟବସାୟୀ ବଜରଙ୍ଗ ଅଗ୍ରଓ୍ବାଲଙ୍କ କମ୍ପ୍ଲେକ୍ସ ନିର୍ମାଣରେ ନିୟୋଜିତ ଥିବା ବଡ଼ ପୋଡ଼ାଗୁଡ଼ା ପଞ୍ଚାୟତ ବାବେ କୋହରା ଗ୍ରାମର ରାଜମିସ୍ତ୍ରୀ ନବୀନ ଜୁଏଡ଼ (୪୭) ମଙ୍ଗଳବାର ଅପରାହ୍ନରେ ସେଣ୍ଟ୍ରିଂ ଖୋଲୁଥିବା ସମୟରେ ହଠାତ୍‌ କାଠର ବଳି ଖୁଣ୍ଟ ମୁଣ୍ଡରେ ବାଜିବା ଫଳରେ ଟଳି ପଡ଼ିଥିଲେ। ସାଥୀ ଶ୍ରମିକମାନେ ଉଦ୍ଧାର କରି ଗୁରୁତର ଅବସ୍ଥାରେ ସ୍ଥାନୀୟ ଲଡୁଗାଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ହେଲେ ଡାକ୍ତର ନ ଥିବାରୁ ଏକ ବାଇକ୍‌ରେ କୋକସରା ଡାକ୍ତରଖାନାରେ ଆଣି ଭର୍ତ୍ତି କରିଥିଲେ। ତେବେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଖବର ପାଇ କୋକସରା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ସନ୍ଧ୍ୟା ହେବାରୁ ଗତକାଲି ବ୍ୟବଚ୍ଛେଦ ହୋଇ ପାରି ନ ଥିଲା ଆଜି ଅର୍ଥାତ୍‌ ବୁଧବାର ମୃତଦେହ ବ୍ୟବଚ୍ଛେଦ ହୋଇଥିଲା। କୋକସରା ଥାନା କେସ୍‌ ନମ୍ବର ୧୫/୨୩ରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ଅନ୍ୟପଟେ ଘରର ଏକମାତ୍ର ରୋଜଗାର କ୍ଷମ ବ୍ୟକ୍ତିଙ୍କୁ ହରାଇ ପରିବାର ଭାଙ୍ଗି ପଡ଼ିଥିଲେ। ଘରେ ସ୍ତ୍ରୀ ଓ ଦୁଇ ପୁଅ, ଗୋଟିଏ ଝିଅ ଅଛନ୍ତି। ମୃତକଙ୍କ ପରିବାର ପକ୍ଷରୁ କ୍ଷତିପୂରଣ ପାଇଁ ଦାବି କରାଯାଇଥିଲା।ଆଜି କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରଓ୍ବାଲ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟି ବୁଝାଶୁଝା କରିବା ପରେ ଘରମାଲିକ କ୍ଷତିପୂରଣ ରାଶି ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri