Posted inଜାତୀୟ

ସେନାଧ୍ୟକ୍ଷଙ୍କୁ ଚିଦାମ୍ବରମଙ୍କ ପରାମର୍ଶ: ନିଜ କାମରେ ସୀମିତ ରୁହ

ଥିରୁଭାନନ୍ତପୁରମ୍‌,୨୯ା୧୨: ସେନାଧ୍ୟକ୍ଷ ଜେନେରାଲ ବିପିନ୍‌ ରାଓ୍ବତ୍‌ ନିଜ କାମ ଭିତରେ ସୀମିତ ରୁହନ୍ତୁ, ରାଜନେତାଙ୍କୁ ଶିକ୍ଷାଦେବା ବନ୍ଦକରନ୍ତୁ ବୋଲି କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ୍‌ ଶନିବାର କହିଛନ୍ତି। ରାଜନେତାମାନେ ସେନା ଅଧିକାରୀଙ୍କୁ କିଭଳି ସେମାନଙ୍କ କାର୍ଯ୍ୟ କରିବାକୁ ହୁଏ କୁହନ୍ତି ନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ସିଏଏ ବିରୋଧୀ ହିଂସାରେ ସାମିଲ ଥିବା ଯୁବବର୍ଗଙ୍କୁ ଖରାପ ବାଟରେ ନେଉଥିବା ଲୋକ ନେତା ନୁହେଁ ବୋଲି ଜେନେରାଲ ରାଓ୍ବତ୍‌ ଗୁରୁବାର କହିଥିଲେ। ଚିଦାମ୍ବରମ କହିଛନ୍ତି, ସରକାର ଡିଜିପି ଓ ସେନା ଅଧିକାରୀଙ୍କୁ ସମର୍ଥନ ଲାଗି କହିବା ଲଜ୍ଜାର କଥା। ବିଶେଷକରି ସେନାବାହିନୀର ନେତୃତ୍ୱ ନେଉଥିବା ବ୍ୟକ୍ତି ନିଜ କାମରେ ସୀମିତ ରହିବା ଉଚିତ । ସେମାନେ ରାଜନେତାଙ୍କୁ କ’ଣ କରିବା, ନ କରିବା କଥା କହିବା ଅନୁଚିତ ବୋଲି କେରଳର ଥିରୁଭାନନ୍ତପୁରମ୍‌ରେ କଂଗ୍ରେସର ମହାର଼୍ୟାଲିକୁ ଉଦ୍‌ବୋଧନ ଦେଇ କହିଛନ୍ତି। ସିଏଏ, ଏନ୍‌ଆର୍‌ସି ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଓ ବେଆଇନ, ଏହାକୁ ପ୍ରତ୍ୟାହାର କରାଯିବା ଦରକାର। ନଚେତ୍‌ କଂଗ୍ରେସ ଆନ୍ଦୋଳନ ଜାରିରହିବ ବୋଲି ଚିଦାମ୍ବରମ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଆସାଦୁଦ୍ଦିନ ମଧ୍ୟ ପୂର୍ବରୁ ସେନାଧ୍ୟକ୍ଷଙ୍କୁ ରାଜନେତାଙ୍କ କଥାରେ ମୁଣ୍ଡ ନ ପୂରାଇ ନିଜ କାର୍ଯ୍ୟ ପରିସର ଭିତରେ ରହିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri