ସେନାରେ ଭର୍ତ୍ତି କରିବାକୁ ତାଲିମ ପ୍ରଦାନ : ୨୧୬ ବାଟାଲିୟନର ଅଭିନବ ପ୍ରୟାସ

ନୂଆପଡା ଅଫିସ,୧୧ା୮
ନୂଆପଡା ଭଳି ଉପାନ୍ତ ଜିଲାରେ ମାଓବାଦୀମାନେ ବିଭିନ୍ନ ସମୟରେ ଉପଦ୍ରବ ଚଳାଇଥିବାବେଳେ ଯୁବ ଗୋଷ୍ଠୀଙ୍କୁ ମୁଖ୍ୟ ସୋ୍ରତରେ ସାମିଲ କରିବାକୁ ଏଠାରେ ଅବସ୍ଥାପିତ ସିଆରପିଏଫ ୨୧୬ ବାଟାଲିୟନ ମୁଖ୍ୟ ଅଭିନବ ପ୍ରୟାସ ଚଳାଇଛନ୍ତି । ଜିଲାରୁ ସେନା ବାହିନୀରେ ଅଧିକରୁ ଅଧିକ ସଂଖ୍ୟାରେ ଯୁବବର୍ଗ ଉତ୍ସାହିତ ହୋଇ ଦେଶ ସେବାରେ ବ୍ରତୀ ହେବାକୁ ତାଲିମ ପ୍ରଦାନ କରାଯାଉଛି । ଜିଲାରୁ ନିକଟରେ ସିଏପିଏଫ ସିପାହୀରେ ସାମିଲ ହେବାକୁ ୧୩୦୦ ଯୁବକଙ୍କୁ ପରୀକ୍ଷା ପାଇଁ ଆବେଦନ କରାଇଥିଲେ । ତନ୍ମଧ୍ୟରୁ ବହୁ ଯୁବକ ଲିଖିତ ପରୀକ୍ଷାରେ ପାସ କରିଛନ୍ତି । ସେମାନଙ୍କ ଆଗକୁ ଶାରିରୀକ ପରୀକ୍ଷା ରହିଛି । ଏଥିରେ କିପରି ଅଧିକ ସଂଖ୍ୟକ ଯୁବକ ଉତ୍ତୀର୍ଣ୍ଣ କରିପାରିବେ ସେଥିପାଇଁ ତାଲିମ ପ୍ରଦାନ କରାଯାଇଛି । ସ୍ଥାନୀୟ ଏରୋଡ୍ରମ ପଡିଆରେ ଦିନକର ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କମାଣ୍ଡାଣ୍ଟ ରାଜେଶ ବତ୍ସ, ଆସିଣ୍ଟାଣ୍ଟ କମାଣ୍ଡାଣ୍ଟ ନରେନ୍ଦ୍ରସିଂ ପ୍ରମୁଖ ତାଲିମ ପ୍ରଦାନ କରିଥିଲେ। ଏଥିରେ ଜିଲାର ବିଭିନ୍ନ ପ୍ରାନ୍ତରୁ ମୋଟ ୨୯ଜଣ ଯୁବକ ତାଲିମ ନେଇଛନ୍ତି । ଯୁବକଙ୍କ ମଧ୍ୟରେ ଦେଶ ସେବାର ଭାବନା ଜାଗ୍ରତ କରିବା ସହ କର୍ମନିୟୋଜନ କରିବା ଏହାର ଲକ୍ଷ୍ୟ ବୋଲି କମାଣ୍ଡାଣ୍ଟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ବେଲଗଛରେ ଝୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri