ସେନା କର୍ମଚାରୀଙ୍କ ଘରୁ ଚୋରି ଅଭିଯୋଗ

ଦିଗପହଣ୍ଡି,୯ା୨(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକଆଁ ଛକ ନିକଟସ୍ଥ ସାରଥି ନରସିଂହ କଲୋନୀର ଅବସରପ୍ରାପ୍ତ ସେନା କର୍ମଚାରୀ ରବୀନ୍ଦ୍ର କୁମାର ଆଚାର୍ଯ୍ୟଙ୍କ ଘରୁ ଶନିବାର ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ରବୀନ୍ଦ୍ରଙ୍କ ଏତଲା କ୍ରମେ ପୋଲିସ ନଂ. ୩୦/୨୦ରେ ମାମଲା ରୁଜୁ କରିଛି।
ପ୍ରକାଶ ଯେ, ଶନିବାର ରାତ୍ରି ଭୋଜନ ସାରି ରବୀନ୍ଦ୍ର ପରିବାର ସହ ଶୋଇଥିଲେ। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଘରେ ପଶି ଚୋରି କରିଥିଲେ ମଧ୍ୟ ସେମାନେ ଜାଣି ପାରି ନ ଥିଲେ। ରବିବାର ଭୋର ପ୍ରାୟ ସାଢ଼େ ୪ଟାରେ ରବୀନ୍ଦ୍ର ପରିସ୍ରା ପାଇଁ ଉଠିବା ପରେ ଘଟଣା ସମ୍ପର୍କରେ ଜାଣିଥିଲେ। ଲଗାଣ ବର୍ଷା ଯୋଗୁ କଲୋନୀ ନିଛାଟିଆ ଥିଲା। ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ପଛ ପଟ ଗ୍ରିଲ ଓ ଝରକା ଭାଙ୍ଗି ଘରେ ପଶି ଟ୍ରଙ୍କ୍‌ରେ ଥିବା ସୁନା ମୁଦି ଓ ମୂଲ୍ୟବାନ ଶାଢ଼ି, ନଗଦ ୫ ହଜାର ଟଙ୍କା ସମେତ ମୋବାଇଲ ଫୋନ ଓ ପ୍ୟାଣ୍ଟ ପକେଟରୁ ପର୍ସ ନେଇ ଯାଇଛନ୍ତି। ଏଥିସହ ଘରର ଅନ୍ୟ ଆସବାବପତ୍ର ନେଇ ବାରିପଟେ ଫୋପାଡି ଦେଇଥିଲେ। ଖବର ପାଇ ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ ମଧ୍ୟ ଚୋରଙ୍କ ସମ୍ପର୍କରେ ସୁରାକ ମିଳି ପାରିନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri