Posted inଜାତୀୟ

ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ ଲାଗି ସୁପାରିସ

ନୂଆଦିଲ୍ଲୀ,୨୬।୪(ପି.ଟି.): ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଓ ଅନ୍ୟାନ୍ୟ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଜୁଲାଇ ପରିବର୍ତ୍ତେ ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ କରିବା ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ୱାରା ନିଯୁକ୍ତ କମିଟି ସୁପାରିସ୍‌ କରିଛି। ଦେଶରେ ଲକ୍‌ଡାଉନ ଯୋଗୁ ପାଠପଢ଼ାରେ କ୍ଷୟକ୍ଷତି ଏବଂ ଅନ୍‌ଲାଇନ ଶିକ୍ଷା ପ୍ରସଙ୍ଗର ଅନୁଧ୍ୟାନ ଲାଗି ୟୁଜିସି ଦୁଇଟି କମିଟି ଗଠନ କରିଥିଲେ। ହରିୟାଣା ବିଶ୍ୱବିଦ୍ୟାଳୟ କୁଳପତି ଆର୍‌.ସି. କୁହାଡଙ୍କ ନେତୃତ୍ୱରେ ଗଠିତ କମିଟିକୁ ଲକ୍‌ଡାଉନ ସମୟରେ ପରୀକ୍ଷା ପରିଚାଳନା ଏବଂ ବିକଳ୍ପ ଶିକ୍ଷାବର୍ଷ ସମ୍ପର୍କରେ ଅନୁଧ୍ୟାନ କରିବାକୁ କୁହାଯାଇଥିଲା। ସେହିପରି ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ କୁଳପତି ନାଗେଶ୍ୱର ରାଓଙ୍କ ନେତୃତ୍ୱରେ ଗଠିତ କମିଟିକୁ ଅନ୍‌ଲାଇନ ଶିକ୍ଷାର ଉନ୍ନତି ସମ୍ପର୍କରେ ପ୍ରସ୍ତାବ ଦେବାକୁ କୁହାଯାଇଥିଲା।
ଜୁଲାଇ ପରିବର୍ତ୍ତେ ସେପ୍ଟେମ୍ବରରେ ଶିକ୍ଷାବର୍ଷ ଆରମ୍ଭ ଲାଗି ପ୍ରଥମ କମିଟି ସୁପାରିସ୍‌ କରିଥିବାବେଳେ ଆବଶ୍ୟକ ଭିତ୍ତିଭୂମି ଓ ସାଧନ ଥିଲେ ବିଶ୍ୱବିଦ୍ୟାଳୟଗୁଡ଼ିକ ଅନ୍‌ଲାଇନ ପରୀକ୍ଷା କରାଇପାରିବେ ବୋଲି ଦ୍ୱିତୀୟ କମିଟି ପ୍ରସ୍ତାବ ଦେଇଛି। ନଚେତ୍‌ ସେମାନଙ୍କୁ ଲିଖିତ ପରୀକ୍ଷା କରାଇବା ଲାଗି ଲକ୍‌ଡାଉନ ଶେଷ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ ବୋଲି କୁହାଯାଇଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଦୁଇଟି ରିପୋର୍ଟକୁ ଅନୁଧ୍ୟାନ କରୁଛି। ଆସନ୍ତା ସପ୍ତାହରେ ଏ ସମ୍ପର୍କିତ ଆନୁଷ୍ଠାନିକ ମାର୍ଗଦର୍ଶିକା ପ୍ରକାଶ ପାଇବା ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri