ସେବାଶ୍ରମ ଛାତ୍ରୀଙ୍କୁ ପଢ଼ାଇଲେ ମନ୍ତ୍ରୀ

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ଆଇଟି ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଦାରିଙ୍ଗବାଡି ବ୍ଲକ ଗସ୍ତରେ ଆସିଥିଲେ। ସୋମବାର ପୂର୍ବାହ୍ନରେ ସ୍ଥାନୀୟ କନ୍ୟାଶ୍ରମକୁ ଯାଇଥିବା ବେଳେ ସେଠାରେ ପ୍ରଧାନସେବକ ଅନୁପସ୍ଥିତ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ସେବାଶ୍ରମ ଛାତ୍ରୀଙ୍କୁ ମନ୍ତ୍ରୀ କିଛି ସମୟ ପଢ଼ାଇଥିଲେ। ସେମାନଙ୍କୁ ଦିଆଯାଉଥିବା ଖାଦ୍ୟ ପରଖିବା ସହ ସମସ୍ୟା ପଚାରି ବୁଝିଥିଲେ। ପରେ ମନ୍ତ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯାଇ ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କୁ ସମସ୍ୟା ପଚାରି ବୁଝିଥିଲେ। ସେଠାରୁ ଓଡିଶା ଆଦର୍ଶ ବିଦ୍ୟାଳୟକୁ ଯାଇଥିଲେ। ଶିକ୍ଷକ ଅଭାବ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀଙ୍କ ସହ ଆଲୋଚନା କରିଥିଲେ। ଦାରିଙ୍ଗବାଡି ମିନି ଷ୍ଟାଡିୟମ ସଂପ୍ରସାରଣ କାର୍ଯ୍ୟ ପାଇଁ ଅନୁଦାନ ଆସିଥିଲେ ମଧ୍ୟ ତାହାର କାର୍ଯ୍ୟ ଆରମ୍ଭ ହୋଇନି। ଏ ନେଇ ମନ୍ତ୍ରୀଙ୍କୁ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଅବଗତ କରାଇଥିଲେ। ମନ୍ତ୍ରୀ ଉକ୍ତ ମିନିଷ୍ଟାଡିୟମ ସ୍ଥଳକୁ ଯାଇ ଦେଖିବା ସହ ସେଠାରେ ଏକ ଉନ୍ନତମାନର ଷ୍ଟାଡିୟମ ସହ ଦର୍ଶକ ଗାଲେରି, ପଡିଆ ସମତଳ କାର୍ଯ୍ୟ କରାଯିବ ବୋଲି କହିଥିଲେ। ସେହିପରି ଦାରିଙ୍ଗବାଡି ପର୍ଯ୍ୟଟନ କେନ୍ଦ୍ରର ବିକାଶ ପାଇଁ ସ୍ଥାନୀୟ ବିଧାୟକ ମନ୍ତ୍ରୀକୁ ଅବଗତ କରିଥିଲେ। ଦାସିଂବାଡି ପଞ୍ଚାୟତ ଅଧିନରେ ଥିବା ମିଡିୟୁବାନ୍ଦା ଜଳପ୍ରପାତକୁ ପକ୍କା ରାସ୍ତା ର୍ନିମାଣ ପାଇଁ ଜନସାଧାରଣ ଦାବି ଜଣାଇଥିଲେ। ପର୍ଯ୍ୟଟକଙ୍କ ସୁବିଧା ପାଇଁ ମିଡିୟୁବାନ୍ଦାର ବିକାଶ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ମନ୍ତ୍ରୀଙ୍କ ଗସ୍ତ ସମୟରେ ବିଧାୟକ ପ୍ରଧାନଙ୍କ ସମେତ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?