ସେବାଶ୍ରମ ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବନ ନିର୍ଦ୍ଦେଶ

ଫୁଲବାଣୀ ଅଫିସ, ୮ା୧୧-ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ଗୁୁରୁବାର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି। ମନ୍ତ୍ରୀ କେତେକ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଫୁଲବାଣୀ ବ୍ଲକ ମିଣିଆସ୍ଥିତ କୁଡିପୁଞ୍ଜା ସେବାଶ୍ରମରେ ଅନିୟମିତତା ଦେଖି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ତୁରନ୍ତ ନିଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମନ୍ତ୍ରୀ ପ୍ରଥମେ ଫୁଲବାଣୀସ୍ଥିତ ଇ-ଲାଇବ୍ରେରିକୁ ଯାଇଥିଲେ। ସେଠାରେ ବିଭିନ୍ନ ପୁସ୍ତକ ଓ ମାଗାଜିନ ଦେଖିଥିଲେ। କେଉଁମାନେ ଏଠାକୁ ପଢ଼ିବାକୁ ଆସୁଛନ୍ତି ତାହା ଉପରେ ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ(ପିଏ ଆଇଟିଡିଏ)ଙ୍କୁ ପଚାରି ବୁଝିଥିଲେ। ପରେ ପକନାଗାଁ ଉଚ୍ଚ ବିଦ୍ୟାଳୟକୁ ଯାଇ ୧୦ମ ଶ୍ରେଣୀ ଛାତ୍ରୀମାନଙ୍କ ସହ କଥା ହୋଇଥିଲେ। ସେଠାରୁ ମିଣିଆ ପଞ୍ଚାୟତକୁ ଯାଇ କଙ୍ଗେଇ ଡ୍ୟାମ ପରିଦର୍ଶନ କରିଥିଲେ। ମାଛ ଚାଷ କରୁଥିବା ଏସ୍‌ଏଚ୍‌ଜି ଗ୍ରୁପର ସଦସ୍ୟାମାନଙ୍କ ସହ ଆଲୋଚନା କରିଥିଲେ। ମହିଳାମାନେ ମନ୍ତ୍ରୀଙ୍କୁ ୪ଟି ସୋଲାର ଲାଇଟ ଓ ମାଛ ରଖିବା ଗୃହ ନିର୍ମାଣ ପାଇଁ ନିବେଦନ କରିଥିଲେ। ତୁରନ୍ତ ଏହା କରିବାକୁ ପିଏ ଆଇଟିଡ଼ିଏଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ମନ୍ତ୍ରୀ କୁଡ଼ିପୁଞ୍ଜା ସେବାଶ୍ରମକୁ ଯାଇଥିଲେ। ସେଠାରେ ଅବ୍ୟବସ୍ଥା ଦେଖି ଅସନ୍ତୋଷ ପ୍ରକାଶ କରିଥିଲେ। ସ୍କୁଲରେ ପିଲାଙ୍କୁ ତଳେ ବସା ଯାଇଥିବା ଓ ମିଥ୍ୟା ଉପସ୍ଥାନ ଦେଖି ବିରକ୍ତ ହେବା ସହ ପ୍ରଧାନଶିକ୍ଷୟିତ୍ରୀ ପ୍ରମିଳା ପାଣିଗ୍ରାହୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିବାକୁ ଜିଲା ମଙ୍ଗଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ପିଏ ଆଇଟିଡିଏ ବୀରେନ୍ଦ୍ର କୁମାର ଦାସ, ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରା, ଜୀବନଜୀବିକା ପ୍ରକଳ୍ପ ପରାମର୍ଶଦାତା ବୈଦ୍ୟନାଥ ଖଟୁଆ ପ୍ରମୁଖ ଏହି ଗସ୍ତରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri