ସେବାୟତଙ୍କ ମଧ୍ୟରେ ବିବାଦ: ୪ ଦିନ ଧରି ବନ୍ଦ ରହିଥିଲା ମା’ ହରଚଣ୍ଡୀ ମନ୍ଦିର, ଦେବୋତ୍ତର ବିଭାଗ ହସ୍ତକ୍ଷେପ ପରେ ନୀତିକାନ୍ତି ଆରମ୍ଭ

ନିଶ୍ଚିନ୍ତକୋଇଲି,୧୬।୫(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଛପଚିକଣା ମା’ ହରଚଣ୍ଡୀଙ୍କ ପୀଠରେ ନାଜିବନ୍ତ ସେବାୟତଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱକୁ କେନ୍ଦ୍ରକରି ଗତ ସୋମବାରଠାରୁ ମନ୍ଦିରରେ ତାଲା ପଡ଼ିଥିଲା। ଗୁରୁବାର ଦେବୋତ୍ତର ବିଭାଗର ହସ୍ତକ୍ଷେପ ପରେ ମନ୍ଦିର ଖୋଲାଯାଇ ନୀତିକାନ୍ତି ଆରମ୍ଭ ହୋଇଛି।
ଚାରି ଦିନ ତଳେ ସେବାୟତଙ୍କ ମଧ୍ୟରେ ବିବାଦ ଉପୁଜିବା ପରେ ମା’ଙ୍କ ସମସ୍ତ ନୀତି ବନ୍ଦ ରହିଥିଲା। ଏହାକୁ ନେଇ ଭକ୍ତ, ଶ୍ରଦ୍ଧାଳୁ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଭିନ୍ନ ଗଣମାଧ୍ୟମରେ ଏ ନେଇ ଖବର ପ୍ରକାଶ ପାଇବା ପରେ ଦେବୋତ୍ତର ବିଭାଗ ହସ୍ତକ୍ଷେପ କରିଛି। ପୂର୍ବାହ୍ନରେ ନିରୀକ୍ଷକ ଜାନକୀ ବଲ୍ଲଭ ମହାନ୍ତିଙ୍କ ନେତୃତ୍ୱରେ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ଉଭୟ ପକ୍ଷ ସେବାୟତ ଗୋଷ୍ଠୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ନିରୀକ୍ଷକ ମହାନ୍ତି ଉଭୟ ପକ୍ଷଙ୍କ ନିକଟରୁ ଲିଖିତ ଅଭିଯୋଗ ଗ୍ରହଣ କରିବା ସହିତ ସମାଧାନ ପ୍ରତିଶ୍ରୁତିି ଦେଇଥିଲେ। ଫଳରେ ମଧ୍ୟାହ୍ନରେ ଉଭୟ ଗୋଷ୍ଠୀ ମତାନ୍ତର ଭୁଲି ମନ୍ଦିର ତାଲା ଖୋଲିବା ସହ ଦୈନିକ ନୀତି ଆରମ୍ଭ କରିଛନ୍ତି।
ଏହି ବୈଠକରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗିରିଶ ରଞ୍ଜନ ମହାପାତ୍ର, ଯୁବନେତା ବିଜୟ ରାଉତ, ଟ୍ରଷ୍ଟୀ ଗୋଲକ ମହାପାତ୍ର , ବ୍ରଜ ମୋହନ ପଣ୍ଡା, ଖବରଦାତାଙ୍କ ସମେତ ଅନେକ ଭକ୍ତ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri