ସେବା ସମବାୟ ସମିତି ସମ୍ପାଦକ ନିଲମ୍ବିତ: କାଳିଆ ଯୋଜନା ଅର୍ଥ ହେରଫେର

ଛତ୍ରପୁର/ଧରାକୋଟ,୬ା୨(ଡି.ଏନ.ଏ)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ସିଙ୍ଗିପୁର ସେବା ସମବାୟ ସମିତିରେ କାଳିଆ ଯୋଜନା ଅର୍ଥ ହେରଫେର ହୋଇଥିଲା। କାଳିଆ ଅର୍ଥ ପାଇବାକୁ ଥିବା ହିତାଧିକାରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟ ବଦଳରେ ଅନ୍ୟ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଥିବା ଅଭିଯୋଗ ହୋଇଥିଲା । ଏହା ଉପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସମ୍ପୃକ୍ତ ସେବା ସମବାୟ ସମିତିର ସମ୍ପାଦକ କୈଳାସ ଚନ୍ଦ୍ର ମୁନିଙ୍କୁ ନିଲମ୍ବନ କରାଯାଇଛି । ଏଥିସହ କାଳିଆ ଟଙ୍କା ଟ୍ରାନ୍ସଫର କରିଥିବା ଠିକା ଡାଟା ଏଣ୍ଟ୍ରି ଅପରେଟର ବାସୁଦେବ ସାହୁଙ୍କ ବିରୋଧରେ ସ୍ଥାନୀୟ ଥାନାରେ ଏତଲା ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଉକ୍ତ ଅଞ୍ଚଳରେ କାର୍ଯ୍ୟରତ ଉଦ୍ୟାନ ଓ କୃଷି ପର୍ଯ୍ୟବେକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ସିଙ୍ଗିପୁର ପଞ୍ଚାୟତ ଧବଳେଶ୍ୱର ସେବା ସମବାୟ ସମିତିକୁ କାଳିଆ ଯୋଜନାର ପ୍ରଥମ କିସ୍ତି ଟଙ୍କା ଗତ ସାଧାରଣ ନିର୍ବାଚନ ପୂର୍ବରୁ ଆସିଥିଲା। ସେଠାରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର ୯୪ ହିତାଧିକାରୀଙ୍କ ଅର୍ଥ ହଡ଼ପ କରି ନିଜ ପରିବାର ସଦସ୍ୟଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ଦେଇଥିଲେ। ଦୀର୍ଘଦିନ ପରେ ବି ଏହି ହିତାଧିକାରୀମାନଙ୍କ ଆକାଉଣ୍ଟକୁ ଟଙ୍କା ଆସି ନ ଥିଲା। କାଳିଆ ଯୋଜନା ଓ୍ବେବସାଇଟରୁ କେତେଜଣ ହିତାଧିକାରୀ ସେମାନଙ୍କ ଟଙ୍କା ଆସିଥିବା ଓ ତାହା ହଡ଼ପ କରାଯାଇଥିବା ଜାଣିବାକୁ ପାଇଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ୨ ଦିନ ତଳେ ଏ ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଜିଲାପାଳ ଏହାକୁ ଗୁରୁତର ସହ ନେଇ ଧବଳେଶ୍ୱର ସେବା ସମବାୟ ସମିତି ସମ୍ପାଦକଙ୍କୁ ନିଲମ୍ବନ କରିବା ପାଇଁ ବୁଧବାର ଡିଆର୍‌ସିଏସ୍‌ଙ୍କୁ ଜିଲାପାଳ କୁଲାଙ୍ଗେ ନିର୍ଦ୍ଦେଶ ଦେଇଥିଲେ ା ଡିଆର୍‌ସିଏସ୍‌ଙ୍କ ନିର୍ଦ୍ଦେଶକ୍ରମେ ଏଆର୍‌ସିଏସ୍‌ ସମ୍ପାଦକଙ୍କୁ (ଚିଠି ନଂ.୨୮୮/୨୦)ରେ ନିଲମ୍ବନ କରିଛନ୍ତି। କାଳିଆ ଯୋଜନା ଟଙ୍କା ଯାଇଥିବା ଉକ୍ତ ବ୍ୟାଙ୍କ ଆକାଉଣ୍ଟରେ ନେଣଦେଣ ଉପରେ ରୋକ ଲଗାଇବାକୁ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ସମସ୍ତ ସୋସାଇଟିର ଡାଟା ଏଣ୍ଟ୍ରି ଅପରେଟରଙ୍କ କାମ ପୁନଃଯାଞ୍ଚ ହେବ ା ଏଥିସହ ଏହି କାର୍ଯ୍ୟର ଠିକ୍‌ ଭାବେ ମନିଟରିଂ କରାଯିବ ବୋଲି ଜିଲାପାଳ କହିଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବୁଧବାର କୃଷି ଉପନିର୍ଦ୍ଦେଶକ କାଶୀନାଥ ଖୁଣ୍ଟିଆଙ୍କ ନେତୃତ୍ୱରେ ଏକ ଟିମ୍‌ ଧବଳେଶ୍ୱର ସମବାୟ ସମିତିକୁ ଯାଇ ତଦନ୍ତ କରିଛନ୍ତି। ଏହି ଟିମ୍‌ରେ ସମବାୟ ଓ ଅନ୍ୟ ବିଭାଗର ଅଧିକାରୀ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?