ସେବା, ସମର୍ପଣ ଦ୍ୱାରା ରାଷ୍ଟ୍ରର ଉତ୍‌ଥାନ ସମ୍ଭବ

ବରଗଡ଼ ଅଫିସ୍‌, ୫।୭-ବରଗଡ଼ରେ ଓଡ଼ିଶା ପ୍ରାନ୍ତ ଭାରତ ବିକାଶ ପରିଷଦର ନୂତନ ଶାଖା ଉଦ୍‌ଘାଟିତ ହୋଇଛି। ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକ ସୁରେଶ ଜୈନ ଓ ସହ ସାଧାରଣ ସମ୍ପାଦକ ଡଃ ବାଲ୍ମିକୀ କୁମାରଙ୍କ ଉପସ୍ଥିତିରେ ଏହାକୁ ଉଦ୍‌ଘାଟନ କରାଯାଇଥିଲା। ଏହି ଅବସରରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ହିନ୍ଦୀ ବିଭାଗ ବୌଦ୍ଧିକ ମଣ୍ଡପରେ ଏକ ସମାବେଶ ହୋଇଥିଲା। ଏଥିରେ ଓଡ଼ିଶାପ୍ରାନ୍ତ ଉପସଭାପତି ତଥା ବରଗଡ଼ ମହିଳା କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ପୂଜାରୀ, ଓଡ଼ିଶାପ୍ରାନ୍ତ ପୃଷ୍ଠପୋଷକ ଡ. ରାଜକୁମାର ବଡ଼ପଣ୍ଡା, ପ୍ରାନ୍ତୀୟ ସଂଯୋଜକ ଶ୍ୟାମସୁନ୍ଦର ଶର୍ମା, ସମ୍ବଲପୁର ଶାଖା ସଭାପତି ବିନୋଦ ବିହାରୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ଜିଲା ସଞ୍ଚାଳକ ପ୍ରଫେସର ଅମରେନ୍ଦ୍ର ନାରାୟଣ ଯାଦବ ସଭାପତିତ୍ୱ କରିଥିଲେ। ପ୍ରକାଶ କୁମାର ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅବସରପ୍ରାପ୍ତ ଅତିରକ୍ତ ତହସିଲଦାର ସୁରେନ୍ଦ୍ର ମୋହନ ଚାନ୍ଦ ସ୍ବାଗତ ଭାଷଣ ଦେଇଥିଲେ। ପ୍ରଫେସର ପୂଜାରୀ ଭାରତ ବିକାଶ ପରିଷଦ ଉପରେ ଅବଗତ କରାଇଥିଲେ। ସମ୍ପର୍କ, ସହଯୋଗ ଏବଂ ସଂସ୍ଥାର ସେବା, ସମର୍ପଣ ଦ୍ୱାରା ସମାଜ ତଥା ରାଷ୍ଟ୍ରର ଉତ୍‌ଥାନ ସମ୍ଭବ ବୋଲି ସେ ମତବ୍ୟକ୍ତ କରିଥିଲେ। ପରେ ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକ ଜୈନ ବରଗଡ଼ ଶାଖାର ନୂତନ ଭାବେ ଘୋଷିତ ସଭାପତି ସୁରେନ୍ଦ୍ର ମୋହନ ଚାନ୍ଦ ଓ ସମ୍ପାଦକ ପ୍ରକାଶ କୁମାର ପଟ୍ଟନାୟକଙ୍କୁ ପରିଷଦର ଚାର୍ଟର ପ୍ରଦାନ ପୂର୍ବକ ବରଗଡ଼ ଶାଖା ଉଦଘାଟନ କରି ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଶାଖା ସଭାପତି ଚାନ୍ଦ, ସମ୍ପାଦକ ପଟ୍ଟନାୟକ ଏବଂ କୋଷାଧ୍ୟକ୍ଷ ବିଷ୍ଣୁପ୍ରସାଦ ଅଗ୍ରୱାଲ ଶପଥ ପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri