ସେବା ସମିତି ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା, ଔଷଧ ବିତରଣ: ସ୍ବାସ୍ଥ୍ୟ ପରୀକ୍ଷା କଲେ ୧୭୦ ଜଣ

ନୂଆଗାଁ,୯।୬(ଡି.ଏନ୍‌.ଏ): ନୟାଗଡ ଜିଲା ସେବା ସମିତି ପକ୍ଷରୁ ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ରବିବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଓ ମାଗଣା ଔଷଧ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ସେବା ସମିତିର ସଭାପତି ଶିବରାମ ମହାପାତ୍ରଙ୍କ ତତ୍ୱାବଧାନରେ ଚଳିତ ମାସ ୨ ତାରିଖଠାରୁ ଆରମ୍ଭ ହୋଇଥିବା ସେବା ମହୋତ୍ସବ ଆନୁକୂଲ୍ୟରେ ଜିଲାର ବିଭିନ୍ନ ସ୍ଥାନରେ ସେବା କାର୍ଯ୍ୟକ୍ରମ ଚାଲୁ ରହିଥିବା ବେଳେ ନବମ ଦିନରେ ଉଦୟପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଇଛି। ଏହି ଅବସରରେ ଆଖପାଖ ଅଞ୍ଚଳର ପ୍ରାୟ ୧୭୦ ଜଣ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା କରାଯାଇ ସେମାନଙ୍କୁ ମାଗଣାରେ ଔଷଧ ଦେବା ସହ ନୀରୋଗ ରହିବାର ଉପାୟମାନ ଶିକ୍ଷା ଦିଆ ଯାଇଥିଲା । ଏଥିରେ ଡା. ଅପୂର୍ବ ଜେନା, ଡା. ରାଜେଶ ମିଶ୍ର ଓ ଡା. ରବି ନାରାୟଣ ନନ୍ଦ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଅକାଳରେ ଚାଲିଗଲା ୨ ଯୁବକଙ୍କ ଜୀବନ

ନୟାଗଡ, ୬।୩(ଲୋକନାଥ ମିଶ୍ର): ଖଣ୍ଡପଡ଼ା ଥାନା ଅଧୀନ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ…

ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ, ବ୍ଲକ୍‌ ଅଫିସ୍‌ରେ ଶାସକ-ବିରୋଧୀ ଗୋଷ୍ଠୀ ମୁହାଁମୁହିଁ

ନୟାଗଡ଼,୨।୩(ଲୋକନାଥ ମିଶ୍ର): ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ । ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri