Posted inଖେଳ

ସେମିରେ ଅଷ୍ଟ୍ରେଲିଆ

ମେଲବୋର୍ନ,୨ା୩- ଚଳିତ ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ତଥା ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ସେମିଫାଇନାଲରେ ପ୍ରବେଶ କରିଛି। ପଡ଼ୋଶୀ ନ୍ୟୁଜିଲାଣ୍ଡକୁ ୪ ରନ୍‌ରେ ହରାଇ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ହାତେଇବା ଆଶା ଉଜ୍ଜୀବିତ ରଖିଛି। ଅଷ୍ଟ୍ରେଲିଆ ସହ ଭାରତ, ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଅନ୍ତିମ ୪ ପର୍ଯ୍ୟାୟରେ ଖେଳିବେ। ମାତ୍ର ଏପର୍ଯ୍ୟନ୍ତ କେଉଁ ଦଳ କାହାକୁ ଭେଟିବ ତାହା ଜଣାପଡ଼ିନାହିଁ। ମଙ୍ଗଳବାର ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପରେ ଏହା ସ୍ପଷ୍ଟ ହେବ।
ସ୍ଥାନୀୟ ଜଙ୍କଶନ ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ରୋମାଞ୍ଚପୂର୍ଣ୍ଣ ମ୍ୟାଚ୍‌ରେ ଦୁଇ ଦଳ ମଧ୍ୟରେ ଜୋର୍‌ଦାର ଲଢ଼େଇ ହୋଇଥିଲା। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ବେଥ୍‌ ମୁନି(୬୦)ଙ୍କ ଅର୍ଦ୍ଧଶତକ ବଳରେ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୫୫ ରନ୍‌ କରିଥିଲା। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟିକା ମେଗ ଲାନ୍ନିଂ ୨୧, ଆଶ୍‌ଲେ ଗାର୍ଡନର ୨୦, ଇଲିସେ ପେରି ୨୧ ଓ ରାଚେଲ ହାଇନେସ ୧୯ ରନ୍‌ କରିଥିଲେ। ନ୍ୟୁଜିଲାଣ୍ଡ ପାଇଁ ବୋଲିଂରେ ଆନ୍ନା ପିଟରସନ ଦୁଇ ଉଇକେଟ ନେଇଥିବାବେଳେ ହେଲି ଜନ୍‌ସନ ଓ ଆମେଲି କେରଙ୍କୁ ଗୋଟିଏ ଲେଖାଏ ଉଇକେଟ ମିଳିିଥିଲା। ଜବାବରେ ବ୍ୟାଟ୍ସଓମେନଙ୍କ ମିଳିତ ଉଦ୍ୟମ ସତ୍ତ୍ୱେ ନ୍ୟୁଜିଲାଣ୍ଡ ବିଜୟ ଲକ୍ଷ୍ୟଠାରୁ ୫ ରନ୍‌ ଦୂରରେ ରହିଯାଇଥିଲା। ନ୍ୟୁଜିଲାଣ୍ଡ ଶେଷ ପର୍ଯ୍ୟନ୍ତ ଖେଳି ୭ ଉଇକେଟ କ୍ଷତିରେ ୧୫୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଅଧିନାୟିକା ସୋଫି ଡେଭିନ ୩୧, କାଟେ ମାର୍ଟିନ ୩୭, ମାଡି ଗ୍ରୀନ୍‌ ୨୮ ଓ ରାଚେଲ ପ୍ରିଷ୍ଟ ୧୭ ରନ୍‌ କରିଥିଲେ। ଅନ୍ତିମ ଓଭରରେ ଦଳକୁ ଜିତିବା ଲାଗି ୨୦ ରନ୍‌ ଦରକାର ଥିଲା। କିନ୍ତୁ କାସ୍‌ପର୍କେ ଓ ମାର୍ଟିନଙ୍କ ଯୋଡ଼ି ପ୍ରଥମ ୫ ବଲରେ ମାତ୍ର ୯ ରନ୍‌ କରିପାରିଥିଲେ। ଅନ୍ତିମ ବଲରେ ମାର୍ଟିନ ଛକା ଲଗାଇଥିଲେ, ହେଲେ ତାହା ଯଥେଷ୍ଟ ନ ଥିଲା। ବିଜୟୀ ଦଳ ପକ୍ଷରୁ ମେଗାନ ସ୍କଟ୍‌ ଓ ଜର୍ଜିଆ ଓ୍ବାରହାମ୍‌ ୩ଟି ଲେଖାଏ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri