Posted inଖେଳ

ସେରେନା, ଫେଡରରଙ୍କ କଷ୍ଟସାଧ୍ୟ ବିଜୟ

ନ୍ୟୁୟର୍କ, ୩୦ା୮ (ଏଏଫ୍‌ପି)- ଚଳିତ ୟୁଏସ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ସେରେନା ଓ୍ବିଲିୟମ୍ସ ଓ ଗତଥର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ନୋଭାକ୍‌ ଜୋକୋଭିଚ୍‌ଙ୍କ ଭଳି ଖେଳାଳି କଷ୍ଟସାଧ୍ୟ ବିଜୟ ସହ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ବର୍ଷାରେ ବାଧାପ୍ରାପ୍ତ ଖେଳରେ ରୋଜର ଫେଡରର ଭଲ ଆରମ୍ଭ କରି ନ ଥିଲେ ମଧ୍ୟ ତାଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ଏଠାରେ କ୍ୟାରିୟରର ୨୪ତମ ଗ୍ରାଣ୍ଡସ୍ଲାମ ଟାଇଟଲ ସହ ମାର୍ଗାରେଟ୍‌ କୋର୍ଟଙ୍କ ଅଲ୍‌ ଟାଇମ୍‌ ରେକର୍ଡ ସମକକ୍ଷ ହେବା ଲକ୍ଷ୍ୟରେ ଥିବା ୮ମ ସିଡ୍‌ ଆମେରିକୀୟ ଖେଳାଳି ସେରେନା ନିଜ ଦେଶର ୧୭ବର୍ଷୀୟା କ୍ୟାଟି ମ୍ୟାକ୍‌ନାଲିଙ୍କୁ ୫-୭, ୬-୩, ୬-୧ ସେଟ୍‌ରେ ହରାଇ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସୂଚନାଯୋଗ୍ୟ ଓ୍ବିଲିୟମ୍ସ ୧୯୯୯ରେ ଯେତେବେଳେ ତାଙ୍କ ପ୍ରଥମ ଗ୍ରାଣ୍ଡସ୍ଲାମ ଜିତିଥିଲେ ସେତେବେଳେ ମ୍ୟାକନାଲିି ଜନ୍ମ ହୋଇ ନ ଥିଲେ। ଆର୍ଥର ଆଶେ ଷ୍ଟାଡିୟମରେ ସେ ସେରାନାଙ୍କୁ କଡ଼ା ଟକ୍ୱର ଦେଇଥିଲେ। ବାମ କାନ୍ଧରେ ଯନ୍ତ୍ରଣା ସତ୍ତ୍ୱେ ଜୋକୋଭିଚ୍‌ ୫୬ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ଆର୍ଜେଣ୍ଟିନାର ଜୁଆନ ଇଗ୍ନାସିଓ ଲଣ୍ଡେରୋଙ୍କୁ ୬-୪, ୭-୭ (୭/୩), ୬-୧ ସେଟ୍‌ରେ ପରାସ୍ତ କରିଥିଲେ। ୨୦୦୮ରେ ଶେଷ ଥର ୟୁଏସ ଓପନ ଜିତିଥିବା ଫେଡରର ୯୯ ର଼୍ୟାଙ୍କିଙ୍ଗପ୍ରାପ୍ତ ବୋସନିଆର ଦାମିର ଦିଜୁମହରଙ୍କ ବିପକ୍ଷରେ ୩-୬, ୬-୨, ୬-୩, ୬-୪ ସେଟ୍‌ରେ ବିଜୟ ହାସଲ କରି ତୃତୀୟ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ଖେଳାଯାଇଥିବା ଅନ୍ୟ ମ୍ୟାଚଗୁଡ଼ିକରେ କେଇ ନିଶିକୋରୀ, ଅଷ୍ଟ୍ରେଲିଆର ଆଶଲେ ବାର୍ଟି, ଚେକ୍‌ ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭା, ୟୁକ୍ରେନର ଏଲିନା ସ୍ବିତୋଲିନା ଏବଂ ଆମେରିକାର ମାଡିସନ କିଜ୍‌ ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ସ୍ବିତୋଲିନା ୭ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ଭେନସ ଓ୍ବିଲିୟମ୍ସଙ୍କୁ ୬-୪, ୬-୪ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?