Posted inଖେଳ

ସେଲ୍ଫ-କ୍ୱାରାଣ୍ଟାଇନ୍‌ରେ ସାଙ୍ଗାକରା

କଲମ୍ବୋ, ୨୨।୩- ଘାତକ କରୋନା ଭାଇରସ୍‌ର ପ୍ରକୋପକୁ ନଜରରେ ରଖି ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର୍‌ ତଥା ଅଧିନାୟକ କୁମାର ସାଙ୍ଗାକରା ସେଲ୍ଫ-କ୍ୱାରାଣ୍ଟାଇନରେ ରହିଛନ୍ତି। ଶ୍ରୀଲଙ୍କା ସରକାରଙ୍କ ଗାଇଡ୍‌ଲାଇନ ମୁତାବକ ନିଜ ଆଡ଼ୁ ସେଲ୍ଫ-କ୍ୱାରାଣ୍ଟାଇନରେ ରହିଥିବା ସାଙ୍ଗାକରା ସୂଚନା ଦେଇଛନ୍ତି। ୟୁରୋପ ମହାଦେଶରେ କରୋନା ଭାଇରସ୍‌ ଭୟଙ୍କର ରୂପ ଧାରଣ କରିସାରିଥିବାରୁ ଯେଉଁମାନେ ସେହି ଦେଶଗୁଡ଼ିକରୁ ନିକଟରେ ଶ୍ରୀଲଙ୍କା ପ୍ରତ୍ୟାବର୍ତ୍ତନ କରିଛନ୍ତି, ସେମାନେ ସେଲ୍ଫ-କ୍ୱାରାଣ୍ଟାଇନରେ ରହିବାକୁ ଶ୍ରୀଲଙ୍କା ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ସାଙ୍ଗାକରା ଗତ ସପ୍ତାହରେ ଇଂଲଣ୍ଡରୁ ସ୍ବଦେଶ ଫେରିଥିଲେ। ‘ଶ୍ରୀଲଙ୍କାରେ ପହଞ୍ଚତ୍ବା ପରେ ପୋଲିସ ଷ୍ଟେସନରେ ଯାଇ ନାମ ପଞ୍ଜୀକରଣ କରିଛି। ଏହାପରେ ଜନସ୍ବାସ୍ଥ୍ୟ ନୀରିକ୍ଷକଙ୍କ ପରାମର୍ଶ ମୁତାବକ ନିଜ ପରିବାର ସଦସ୍ୟଙ୍କଠାରୁ ଅଲଗା ହୋଇ ସେଲ୍ଫ-କ୍ୱାରାଣ୍ଟାଇନାରେ ରହିଛି’ ବୋଲି ଶ୍ରୀଲଙ୍କାର ଏହି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ କହିଛନ୍ତି। ଏଥିସହ କରୋନା ଭାଇରସ୍‌ ଲାଗି ସଚେତନ ରହିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ସାବୁନରେ ହାତକୁ ଭଲ ଭାବରେ ଧୋଇ ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି ସାଙ୍ଗାକରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri