Posted inଜାତୀୟ

ସୋନଭଦ୍ର ମୃତକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା

ସୋନଭଦ୍ର(ୟୁପି),୧୪ା୮(ପି.ଟି.): କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ସୋନଭଦ୍ର ଜିଲାର ଉମ୍ଭା ଗଁା ଗସ୍ତକରି ଗଣହତ୍ୟାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି। ମାସେ ତଳେ ଏକ ଜମି ବିବାଦକୁ କେନ୍ଦ୍ରକରି ସେଠାରେ ୧୦ ଆଦିବାସୀ ଲୋକଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ପ୍ରିୟଙ୍କା ପୂର୍ବରୁ ହତ୍ୟାକାଣ୍ଡ ସ୍ଥଳକୁ ଯିବାବେଳେ ତାଙ୍କୁ ସେଠାକୁ ଯିବାକୁ ବାରଣ କରି ରାଜ୍ୟ ପ୍ରଶାସନ ମିର୍ଜାପୁରଠାରେ ଅଟକ ରଖିଥିଲା।
ପ୍ରିୟଙ୍କା ବାରାଣସୀଠାରୁ ୧୦୦ କି.ମି. ସଡକ ପଥରେ ଯାତ୍ରା କରି ସୋନଭଦ୍ର ଜିଲାର ଏହି ଗଁାକୁ ଯାଇଥିଲେ। ପ୍ରିୟଙ୍କାଙ୍କ ପ୍ରିୟଙ୍କା ଉକ୍ତ ଗଁାରେ ପହଞ୍ଚତ୍ଥିବାର ଫଟୋକୁ ୟୁପି କଂଗ୍ରେସ ଟୁଇଟ୍‌ କରିଛି। ଏହି ଗସ୍ତ ଦ୍ୱାରା ସେ ରାଜନୈତିକ କଟକଣାକୁ ଅବଜ୍ଞା କରିଛନ୍ତି ବୋଲି ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ଅଭିଯୋଗ କରିଛନ୍ତି। ଉକ୍ତ ଗଁାରେ ଜଣେ ପୂର୍ବତନ ପ୍ରଧାନଙ୍କ ନେତୃତ୍ୱରେ କେତେକ ସଶସ୍ତ୍ର ଲୋକ ୧୦ ଗୋଣ୍ଡ ଆଦିବାସୀ ଲୋକଙ୍କୁ ଗୁଳିକରି ହତ୍ୟା କରିଥିଲେ। ଏହି ଆଦିବାସୀ ଲୋକମାନେ ଜୁଲାଇ ୧୭ରେ ଏକ ବିବାଦୀୟ ଜମିକୁ ନିଜ ନିୟନ୍ତ୍ରଣକୁ ନେବାକୁ ଉଦ୍ୟମ କରୁଥିବାବେଳେ ଏହି ହତ୍ୟାକାଣ୍ଡ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri