ସୋନିଆଙ୍କୁ ଭେଟିଲେ ମହିଳା କଂଗ୍ରେସ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଅଭିଯୋଗ କରିବାକୁ ଯାଇଥିବା ମହିଳା କଂଗ୍ରେସ ଟିମ୍‌ ସୋମବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ସଂସଦ ଭବନର ୨୪ ନମ୍ବର ପ୍ରକୋଷ୍ଠରେ ରାଜ୍ୟ ମହିଳା ନେତ୍ରୀମାନେ ସୋନିଆଙ୍କୁ ସାକ୍ଷାତ କରିବା ସହ କିଛି ସମୟ ଆଲୋଚନା କରିଥିବା ଜଣାପଡିଛି। ଏହି ଅବସରରେ ରାଜ୍ୟରୁ ଅଭିଯୋଗ ପାଇଁ ଯାଇଥିବା ନେତାମାନେ ସୋନିଆଙ୍କୁ ଓଡିଶାରେ କଂଗ୍ରେସର ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ଏହାସହ ଦଳ ନିକଟରେ ଶେଷ ହୋଇଥିବା ସାଧାରଣ ନିର୍ବାଚନରେ ଅତି ଶୋଚନୀୟ ପରାଜିତ ହୋଇଥିବା ବେଳେ ୩ ନମ୍ବର ସ୍ଥାନକୁ ଚାଲିଯାଇଥିବା ଜଣାଇଛନ୍ତି। ଏହାସହ ସାଧାରଣ ନିର୍ବାଚନ ପରେ ପରେ ରାଜ୍ୟରେ ହୋଇଥିବା ଦୁଇ ଦୁଇଟି ଉପନିର୍ବାଚନରେ ମଧ୍ୟ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିବା କଥା କହିଛନ୍ତି। ଏଥିସହ ବର୍ତ୍ତମାନ ରାଜ୍ୟରେ ଦଳର ନେତୃତ୍ୱ ପରିବର୍ତ୍ତନ ନିତାନ୍ତ ଆବଶ୍ୟକ ବୋଲି ଯୁକ୍ତି ରଖିବା ସାଙ୍ଗକୁ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସପକ୍ଷରେ ଯୁକ୍ତି ବାଢିଥିବା ଜଣାପଡିଛି। ମହିଳା କଂଗ୍ରେସ ନେତ୍ରୀଙ୍କ ସମେତ ପୂର୍ବତନ ସାଧାରଣ ସମ୍ପାଦକ ବିଶ୍ୱଜିତ ଦାସଙ୍କ ସହ ଆଉ କେତେଜଣ ନେତା ସେଠାରେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ସୋନିଆଙ୍କ ନିକଟରେ ଅଭିଯୋଗ କରିବା ଲାଗି ଦିଲ୍ଲୀ ଗସ୍ତ କରିଥିବା ଟିମ୍‌ ବହୁ କେନ୍ଦ୍ରୀୟ ନେତାଙ୍କୁ ମଧ୍ୟ ସାକ୍ଷାତ କରି ପିସିସି ସଭାପତିଙ୍କ ବିରୋଧରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri