Posted inଜାତୀୟ

ସୋନିଆଙ୍କୁ ସମାଲୋଚନା କରୁଥିବା ଶିବସେନା ଏବେ ଠାକରେଙ୍କ ସ୍ବପ୍ନ ପୂରଣ ପାଇଁ କଂଗ୍ରେସର ଦ୍ୱାରସ୍ଥ

ନୂଆଦିଲ୍ଲୀ,୧୨।୧୧: ରାଜନୀତିରେ ବନ୍ଧୁତା ଅବା ଶତ୍ରୁତା ବେଶୀ ଦିନ ତିଷ୍ଠି ନ ଥାଏ। ଏହା ଏବେ ପ୍ରମାଣିତ ହେବାକୁ ଯାଉଛି। ମହାରାଷ୍ଟ୍ର ରାଜନୀତି ଏବେ ଏମିତି ମୋଡ ନେଇଛି ଯାହା ଏବେ ଏହି ଉକ୍ତିକୁ ପ୍ରମାଣ କରୁଛି। ଅତୀତରେ ଶିବସେନା ମୁଖ୍ୟ ବାଲାସାହେବ ଠାକରେ କଂଗ୍ରେସକୁ ସବୁବେଳେ ସମାଲୋଚନା କରୁଥିଲେ। ହେଲେ ଏବେ ସେହି ବାଲାସାହେବ ଠାକରେଙ୍କ ସ୍ବପ୍ନ ପୂରଣ କରିବାକୁ କଂଗ୍ରେସ ଆଗରେ ହାତ ପାତିଛି ଶିବସେନା। ସୋନିଆଙ୍କୁ ଇଟାଲିୟନ ମମ୍ମି କହୁଥିବା ବାଲାସାହେବଙ୍କ ଦଳ ଏବେ କଂଗ୍ରେସକୁ ମାଗୁଛି ସମର୍ଥନ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ବସିବାକୁ ସ୍ବପ୍ନ ଦେଖୁଥିବା ଶିବସେନା ଭାଜପାଠାରୁ ଦୂରେଇ ଆସିବା ପରେ ଏବେ ସରକାର ଗଠନ ଲାଗି ଏନ୍‌ସିପି ଓ କଂଗ୍ରେସର ସହଯୋଗ ଲୋଡିଛି। ସୂଚନାଯୋଗ୍ୟ, ମନମୋହନ ସିଂଙ୍କ ସରକାର ସମୟରେ ୨୦୧୦ରେ ବାଲାସାହେବ ଠାକରେ ସାମନାର ଏକ ଆର୍ଟିକଲ ଜରିଆରେ କଂଗ୍ରେସ ଉପରେ ଖୁବ୍‌ ବର୍ଷିଥିଲେ। ସେଥିରେ ସେ କହିଥିଲେ ମୁମ୍ବାଇ ସମସ୍ତଙ୍କର ହୋଇ ପାରିବ ହେଲେ ଇଟାଲିୟନ ମମ୍ମିଙ୍କର ନୁହେଁ। ଏହା ସେ ସୋନିଆଙ୍କ ଉଦ୍ଦେଶ୍ୟରେ କହିଥିଲେ। ଏବେ କିନ୍ତୁ ଏହାର ଓଲଟା ଚିତ୍ର ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri