Posted inଜାତୀୟ

ସୋନିଆଙ୍କ ପୋଷ୍ଟର ଭାଇରାଲ: ଲକ୍ଷ୍ମୀବାଇଙ୍କ ସହ ତୁଳନା କଲେ ସମର୍ଥକ

ନୂଆଦିଲ୍ଲୀ,୧୮।୬: କଂଗ୍ରେସ ଦଳ ନିଜ ରାଜନୈତିକ ଇତିହାସରେ ଲଗାତାର ଭାବେ ୨ଥର ଶୋଚନୀୟ ପରାଜୟର ସାମ୍‌ନା କରିଛି। ୨୦୧୪ ନିର୍ବାଚନରେ ୪୪ଆସନରେ ପଛରେ ରହିଥିବା ବେଳେ ଚଳିତ ଥର ୫୨ ଆସନରେ ବିରୋଧୀ ଦଳଠାରୁ କଂଗ୍ରେସ ପଛରେ ରହିଛି। ତେବେ ଦଳର ଏହି ପରାଜୟ ପାଇଁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜକୁ ଦାୟୀ କରିବା ସହ ନିଜ ପଦରୁ ଇସ୍ତଫା ଦେବା ପାଇଁ ଅଡି ବସିଛନ୍ତି। ତେବେ ଏହି ପରିସ୍ଥିତିର କିଭଳି ସାମ୍‌ନା କରାଯିବ ସେନେଇ ଦଳ ଚିନ୍ତାରେ ପଡ଼ିଯାଇଛି। ଅପରପକ୍ଷରେ ଲୋକ ସଭା ସଦନ ଆରମ୍ଭ ହୋଇଯାଇଛି। ଆଉ ଏହାରି ଭିତରେ କଂଗ୍ରେସ କର୍ମକର୍ତ୍ତା ଏକ ନୂଆ ପୋଷ୍ଟର ବାହାର କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ପୋଷ୍ଟରରେ ୟୁପିଏ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ତୁଳନା ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇଙ୍କ ସହ କରାଯାଇଛି। ଏହି ପୋଷ୍ଟରରେ ସୋନିଆ ଗାନ୍ଧୀଙ୍କ ସହ ରାହୁଲ ,ପ୍ରିୟଙ୍କା, ରାଜୀବ, ଇନ୍ଦିରା ଗାନ୍ଧୀ, ପ୍ରମୋଦ ତିଓ୍ବାରୀଙ୍କ ସହ ଅନ୍ୟ କିଛି ନେତାଙ୍କ ଫଟୋ ରହିଛି। ସୋନିଆଙ୍କୁ ଝାନ୍‌ସୀ ରାଣୀ ଦର୍ଶାଯିବା ସହ କ୍ୟାପସନରେ ତାଙ୍କ ପାଇଁ କିଛି ସ୍ବତନ୍ତ୍ର ବାର୍ତ୍ତା ଲେଖାଯାଇଛି। ଏହି ପୋଷ୍ଟରକୁ ପ୍ରୟାଗରାଜର କର୍ମକର୍ତ୍ତା ବା ପୋଷ୍ଟର ବୟ ହସିବ ଅହମ୍ମଦ ତିଆରି କରିଛନ୍ତି। ପ୍ରାୟତଃ ତାଙ୍କ ଦ୍ୱାରା କରାଯାଇଥିବା ପୋଷ୍ଟରଗୁଡ଼ିକ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri