Posted inଜାତୀୟ

ସୋନିଆଙ୍କ ପୋଷ୍ଟର ଭାଇରାଲ: ଲକ୍ଷ୍ମୀବାଇଙ୍କ ସହ ତୁଳନା କଲେ ସମର୍ଥକ

ନୂଆଦିଲ୍ଲୀ,୧୮।୬: କଂଗ୍ରେସ ଦଳ ନିଜ ରାଜନୈତିକ ଇତିହାସରେ ଲଗାତାର ଭାବେ ୨ଥର ଶୋଚନୀୟ ପରାଜୟର ସାମ୍‌ନା କରିଛି। ୨୦୧୪ ନିର୍ବାଚନରେ ୪୪ଆସନରେ ପଛରେ ରହିଥିବା ବେଳେ ଚଳିତ ଥର ୫୨ ଆସନରେ ବିରୋଧୀ ଦଳଠାରୁ କଂଗ୍ରେସ ପଛରେ ରହିଛି। ତେବେ ଦଳର ଏହି ପରାଜୟ ପାଇଁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜକୁ ଦାୟୀ କରିବା ସହ ନିଜ ପଦରୁ ଇସ୍ତଫା ଦେବା ପାଇଁ ଅଡି ବସିଛନ୍ତି। ତେବେ ଏହି ପରିସ୍ଥିତିର କିଭଳି ସାମ୍‌ନା କରାଯିବ ସେନେଇ ଦଳ ଚିନ୍ତାରେ ପଡ଼ିଯାଇଛି। ଅପରପକ୍ଷରେ ଲୋକ ସଭା ସଦନ ଆରମ୍ଭ ହୋଇଯାଇଛି। ଆଉ ଏହାରି ଭିତରେ କଂଗ୍ରେସ କର୍ମକର୍ତ୍ତା ଏକ ନୂଆ ପୋଷ୍ଟର ବାହାର କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ପୋଷ୍ଟରରେ ୟୁପିଏ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ତୁଳନା ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇଙ୍କ ସହ କରାଯାଇଛି। ଏହି ପୋଷ୍ଟରରେ ସୋନିଆ ଗାନ୍ଧୀଙ୍କ ସହ ରାହୁଲ ,ପ୍ରିୟଙ୍କା, ରାଜୀବ, ଇନ୍ଦିରା ଗାନ୍ଧୀ, ପ୍ରମୋଦ ତିଓ୍ବାରୀଙ୍କ ସହ ଅନ୍ୟ କିଛି ନେତାଙ୍କ ଫଟୋ ରହିଛି। ସୋନିଆଙ୍କୁ ଝାନ୍‌ସୀ ରାଣୀ ଦର୍ଶାଯିବା ସହ କ୍ୟାପସନରେ ତାଙ୍କ ପାଇଁ କିଛି ସ୍ବତନ୍ତ୍ର ବାର୍ତ୍ତା ଲେଖାଯାଇଛି। ଏହି ପୋଷ୍ଟରକୁ ପ୍ରୟାଗରାଜର କର୍ମକର୍ତ୍ତା ବା ପୋଷ୍ଟର ବୟ ହସିବ ଅହମ୍ମଦ ତିଆରି କରିଛନ୍ତି। ପ୍ରାୟତଃ ତାଙ୍କ ଦ୍ୱାରା କରାଯାଇଥିବା ପୋଷ୍ଟରଗୁଡ଼ିକ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri