ସୋନୁଙ୍କ ସାହାଯ୍ୟ ନ ପାଇ ହାତ କାଟିଲେ ଯୁବକ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଖୁବ୍‌ ଚର୍ଚ୍ଚାରେ। ବିଶେଷ କରି ବଲିଉଡ୍‌ରେ ଖଳନାୟକ ଚରିତ୍ରରେ ଦେଖାଦେଉଥିବା ଏହି ଅଭିନେତା ଏବେ ଯେମିତି ସମସ୍ତଙ୍କ ହୃଦୟରେ ରିଅଲ ନାୟକର ପରିଚୟ ପାଇଛନ୍ତି। ବିଶେଷ କରି ଦେଶରେ କରୋନା ମହାମାରୀକୁ ନେଇ ଲକ୍‌ଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ସୋନୁ ବଢାଇଥିଲେ ସହଯୋଗର ହାତ। ହେଲେ ଏବେ ତାଙ୍କର ସାହାଯ୍ୟ ନ ପାଇ ଜଣେ ଯୁବକ ହାତ କାଟିଦେଇଥିବା ଖବର ସାମ୍ନାକୁ ଆସିଛି। ମିଳିିଥିବା ସୂଚନାରୁ ଜଣାପଡିଛି କି ରିତିକ ଯାଦବ ନାମକ ଜଣେ ଯୁବକ ସୋନୁଙ୍କୁ ସାହାଯ୍ୟ ପାଇଁ ଗୁହାରି କରିଥିଲେ ମଧ୍ୟ ତାଙ୍କ ନିକଟରୁ କୌଣସି ଉତ୍ତର ମିଳି ନ ଥିଲା। ଶେଷରେ ସେ ନିଜର ହାତ କାଟି ସୋନୁଙ୍କ ନାଁ ଲେଖି ଦେଇଥିଲେ। ତେବେ ଏହା ଜାଣିବା ପରେ ସୋନୁ ଟୁଇଟ୍‌ କରି କହିଛନ୍ତି, ମୁଁ ଆପଣମାନଙ୍କୁ ଅନୁରୋଧ କରୁଛି ଆପଣମାନେ ଏମିତି କାମ କରନ୍ତୁ ନାହିଁ। ଏହାକଲେ ମୋ ହୃଦୟ ଭାଙ୍ଗି ଯାଉଛି। ମୁଁ ବୁଝି ପାରୁଛି ଆପଣମାନେ ମୋତେ ଭଲ ପାଉଛନ୍ତି। ଆପଣଙ୍କୁ କଷ୍ଟ ହେଉଥିବା ସମୟରେ ଆପଣ ମୋ ସହଯୋଗ ଲୋଡୁଛନ୍ତି ସତ। ହେଲେ ଏମିତି କାମ କଲେ ମୋ ମନ ଭାଙ୍ଗି ଯାଉଛି। ତେଣୁ ଦୟାକରି ଆପଣ ଏମିତି କାମ କରନ୍ତୁ ନାହିଁ ବୋଲି ସୋନୁ ଅନୁରୋଧ କରିଛନ୍ତି। ଏହା ଜାଣିବା ପରେ ହାତ କାଟିଥିବା ଯୁବକ ଜଣଙ୍କ ସୋନୁଙ୍କୁ କ୍ଷମା ମାଗିଥିବା ଜଣାପଡିଛି। ସୂଚନାଯୋଗ୍ୟ, ବଲିଉଡ୍‌ ଅଭିନେତା ସୋନୁ ସୁଦ ଏପର୍ଯ୍ୟନ୍ତ ପାଖାପାଖି ୧୫ ହଜାର ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରେ ପହଞ୍ଚାଇବାରେ ସହଯୋଗ କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri