ସୋମବାରଠାରୁ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ସୋମବାରଠାରୁ ସାରାଦେଶରେ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ କରିବେ। ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରାରୁ ଏହି ଜନଗଣନା କାର୍ଯ୍ୟ ଆରମ୍ଭ ହେବ। ଦେଶରେ କେତେ ସଂଖ୍ୟାରେ ବ୍ୟବସାୟିକ ପ୍ରତିଷ୍ଠାନ ରହିଛି, କିଏ କେଉଁପ୍ରକାର ବ୍ୟବସାୟ କରୁଛନ୍ତି ଆଦି ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯିବ। ଦୀର୍ଘ ୫ ବର୍ଷ ପରେ ପରିସଂଖ୍ୟାନ ଏବଂ ଯୋଜନା କ୍ର୍ରିୟାନ୍ବୟନ ମନ୍ତ୍ରଣାଳୟ ପକ୍ଷରୁ ଏହି ଗଣନା କରାଯିବ। ଏଥିପାଇଁ ମନ୍ତ୍ରଣାଳୟ ସିଏସ୍‌ସି ଇ-ଗଭର୍ନାନ୍ସ ସର୍ଭିସେସ୍‌ ଇଣ୍ଡିଆ ଲିମିଟେଡକୁ ପାର୍ଟନର କରିଛି। ତ୍ରିପୁରା ଏକ ଛୋଟ ରାଜ୍ୟ ହୋଇଥିବାରୁ ସେଠାରୁ ଅର୍ଥନୈତିକ ଜନଗଣନା ଆରମ୍ଭ କରିବାକୁ ସିଏସ୍‌ସି ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଥିବା ଜଣେ ଅଧିକାରୀ କହିଛନ୍ତି। ତ୍ରିପୁରା ପରେ ପୁଡୁଚେରୀ ପାଳି ପଡିବ। ଘରକୁ ଘର ବୁଲି ସର୍ଭେ କରାଯିବା ସହିତ ତଥ୍ୟ ସଂଗ୍ରହ କରାଯିବ। କଲେକ୍ସନ ଅଫ୍‌ ଷ୍ଟାଟିଷ୍ଟିକ୍ସ ଆଇନ, ୨୦୦୮ ଅଧୀନରେ କେତେ ବାଣିଜ୍ୟ ପ୍ରତିଷ୍ଠାନ ରହିଛି, ତାହାର ତଥ୍ୟ ନିଆଯିବ। ଡିସେମ୍ବର ସୁଦ୍ଧା ସର୍ଭେ କାର୍ଯ୍ୟକୁ ଶେଷ କରାଯିବ ଏବଂ ଜାତୀୟ ସ୍ତରରେ ସର୍ଭେର ଫଳାଫଳ ୨୦୨୦ ମାର୍ଚ୍ଚ ସୁଦ୍ଧା ପ୍ରକାଶ କରାଯିବ ବୋଲି ସେ କହିଛନ୍ତି। ପ୍ରାୟ ୧୦ ଲକ୍ଷ ଲୋକଙ୍କୁ ଫିଲ୍ଡ ସର୍ଭେ କାର୍ଯ୍ୟରେ ନିୟୋଜିତ କରାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି। ସୂଚନାଯୋଗ୍ୟ ଯେ, ୨୦୧୩ରେ ଶେଷ ଥର ପାଇଁ କରାଯାଇଥିବା ଅର୍ଥନୈତିକ ସର୍ଭେ ରିପୋର୍ଟ ଅନୁଯାୟୀ ଦେଶରେ ୫୮.୫ ମିଲିୟନ ବ୍ୟବସାୟିକ ପ୍ରତିଷ୍ଠାନ ଥିବା ବେଳେ ଏଥିରେ ୧୩୧ ମିଲିୟନ କର୍ମଚାରୀ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri