ସୋମବାର ବ୍ୟାଙ୍କ ସିଇଓଙ୍କୁ ଭେଟିବେ ସୀତାରାମନ୍‌

ନୂଆଦିଲ୍ଲୀ,୩-୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ରାଷ୍ଟ୍ରାୟତ୍ତ ଓ କେତେକ ବୃହତ ଘରୋଇ ବ୍ୟାଙ୍କ(ପିଏସ୍‌ୟୁ)ର ସିଇଓଙ୍କୁ ଭେଟିବେ। ବ୍ୟାଙ୍କଗୁଡ଼ିକର ଆର୍ଥିକ ସ୍ଥିତିର ସମୀକ୍ଷା ସହ ଅର୍ଥନୀତିକୁ ଗତିଶୀଳ କରିବାକୁ ଯାଇ ଏମ୍‌ଏସ୍‌ଏମ୍‌ଇ, ଅଟୋମୋବାଇଲ ଓ ହାଉସିଂ ସେକ୍ଟରଙ୍କୁ ଋଣ ପ୍ରଦାନ ପ୍ରକ୍ରିୟା ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ଏହି ବୈଠକରେ ଆଲୋଚନା ହେବ ବୋଲି ଜଣାପଡିଛି। ସେହିଭଳି ଇନସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌ ଅନୁଯାୟୀ ଅନାଦାୟ ଋଣ ସମ୍ପର୍କରେ ମଧ୍ୟ ଏହି ବୈଠକରେ ସମୀକ୍ଷା କରାଯିବ। ବ୍ୟାଙ୍କଗୁଡ଼ିକର ଆର୍ଥିକ ସ୍ଥିତିର ସମୀକ୍ଷା ସହ ଏହାର ଉନ୍ନତି ଲାଗି ଉପାୟ ଚିନ୍ତା କରାଯିବ। ସାଧାରଣତଃ କେନ୍ଦ୍ର ଅର୍ଥମନ୍ତ୍ରୀ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟମାନଙ୍କୁ ଭେଟିଥାନ୍ତି। ତେବେ ଚଳିତ ଥର ସେ ଘରୋଇ ସେକ୍ଟର ବ୍ୟାଙ୍କ ମୁଖ୍ୟମାନଙ୍କୁ ମଧ୍ୟ ଭେଟିବେ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଏକ ବିବୃତିରେ କୁହାଯାଇଛି। ଏହି ବୈଠକରେ ରାଜସ୍ବ ଓ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟର ସଚିବ ମାନଙ୍କୁ ମଧ୍ୟ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉ କି, ଗତ ମାସରେ ୟୁ.କେ. ସିହ୍ନା କମିଟି ପକ୍ଷରୁ ଏକ ରିପୋର୍ଟ ସରକାରଙ୍କୁ ପ୍ରଦାନ କରାଯାଇଛି, ଯେଉଁଥିରେ ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ଗତିଶୀଳ କରିବା ଲାଗି ୧୦୦ରୁ ଊର୍ଦ୍ଧ୍ୱ ସୁପାରିସ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri