Posted inଜାତୀୟ

ସୋମବାର ସୋନିଆ-ପାଓ୍ବାର ଆଲୋଚନା

ନୂଆଦିଲ୍ଲୀ, ୧୭ା୧୧(ଆଇଏଏନ୍‌ଏସ୍‌) : ମହାରାଷ୍ଟ୍ର ରାଜନୀତି କଡ଼ ଲେଉଟାଇବାରେ ଲାଗିଛି। ଶିବସେନା ସହ ମେଣ୍ଟକରି କଂଗ୍ରେସ ଓ ଏନ୍‌ସିପି ସରକାର ଗଠନ କରିବା ଲାଗି ପ୍ରୟାସ ଆରମ୍ଭ ହୋଇଥିବାବେଳେ ସୋମବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ମଧ୍ୟରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। କଂଗ୍ରେସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୋନିଆଙ୍କ ବାସଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ମଙ୍ଗଳବାର ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିବାବେଳେ ଏହା ଉପରେ ବିସ୍ତୃତ ଆଲୋଚନା କରାଯିବ। ରାଜ୍ୟରେ ସରକାର ଗଠନ ପୂର୍ବରୁ ଏହି ଦୁଇ ସହଯୋଗୀ ଦଳ ଶିବସେନା ସହ ସାଧାରଣ ସର୍ବନିମ୍ବ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିସାରିଛନ୍ତି। ତେଣୁ ସୋନିଆଙ୍କ ବାସଭବନରେ ହେବାକୁ ଥିବା ବୈଠକରେ ୩ ଦଳ ମଧ୍ୟରେ ସରକାର ଗଠନ ସମ୍ପର୍କିତ ସୂତ୍ର ଓ ମନ୍ତ୍ରିମଣ୍ଡଳ ଭାଗବଣ୍ଟା ସମ୍ପର୍କରେ ଆଲୋଚନା କରାଯିବ। ବିଭିନ୍ନ ପ୍ରସଙ୍ଗ ଉପରେ ଧର୍ମନିରପେକ୍ଷ ହେବା ଓ ହିନ୍ଦୁତ୍ୱ ଏଜେଣ୍ଡା ପରିହାର କରିବା ଲାଗି କଂଗ୍ରେସ ଶିବସେନାକୁ କହିସାରିଛି। ସରକାରରେ କଂଗ୍ରେସ ଯୋଗଦେବା ଲାଗି ଏନ୍‌ସପିି କହୁଥିବାବେଳେ ତା’ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ଆଲୋଚନ ଶେଷକରିବା ଲାଗି କଂଗ୍ରେସ ଚାହୁଛି। ଏଣୁ ସୋନିଆ-ପାଓ୍ବାରଙ୍କ ଏହି ଆଲୋଚନା ସରକାର ଗଠନର ରାସ୍ତା ଫିଟାଇବା ସହ ମହାରାଷ୍ଟ୍ରରେ ସମୀକରଣ ବଦଳାଇବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri