ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ ଊର୍ଦ୍ଧ୍ୱ ପରିବାରରେ ୪ ଶହ ଲୋକ ବାସ କରନ୍ତି। ଗୋଟିଏ ୱାର୍ଡ ବିଶିଷ୍ଟ ଗଁାରେ ୩ଟି ନଳକୂଅ ରହିଛି। ପୁରୁଣା ଯଜ୍ଞବେଦୀ ପାଖ ନଳକୂଅ ଖରାପ ରହିଥିବା ବେଳେ ବସ୍ତି ମଝିରେ ଥିବା ନଳକୂଅରେ ସୂତା ଧାରରେ ପାଣି ବାହାରୁଛି। ଫଳରେ ଗୋଟିଏ ଗରା ପାଣି ପାଇଁ ଦୀର୍ଘ ସମୟ ଅପେକ୍ଷା କରିବାକୁ ପଡୁଛି। ଅନ୍ୟପକ୍ଷରେ ନୂତନ ଯଜ୍ଞବେଦୀ ପାଖରେ ଭଲ ପାଣି ବାହାରୁଥିବା ନଳକୂଅ ଉପରେ ଲୋକେ ନିର୍ଭର କରୁଥିବାବେଳେ ମାଟି ଧସି ତାହା ପୋତିହୋଇଯିବାରୁ ପାଣି ବାହାରୁନାହିଁ। ଗଁାରେ ଥିବା ପୋଖରୀ, ମୁଡା, ଚହଲା ପାଣି ଶୁଖିଗଲାଣି। ଶୌଚସ୍ନାନ ଦୂର କଥା ନିତ୍ୟ ବ୍ୟବହାର ପାଇଁ ପାଣି ମିଳୁନାହିଁ ା ବସୁଧା ଯୋଜନାରେ ଗଁା ଭିତରେ ପାଇପ୍‌ ବିଛାଯାଇ ଘରଗୁଡ଼ିକରେ ଷ୍ଟାଣ୍ଡପୋଷ୍ଟ ନିର୍ମାଣ କରାଯାଇଛି ା ହେଲେ ୩ ବର୍ଷ ବିତିଯାଇଥିଲେ ମଧ୍ୟ ଗଁାକୁ ପାଇପ୍‌ ପାଣି ଆସୁନାହିଁ। ସେହିପରି ଖଲିଆପଡ଼ାରେ ୨୦ରୁ ଊର୍ଦ୍ଧ୍ୱ ପରିବାରରେ ଶହେରୁ ଅଧିକ ଲୋକ ବାସ କରୁଛନ୍ତି। ସେମାନଙ୍କ ପାଇଁ ଗୋଟିଏ ନଳକୂଅ ରହିଛି। ସେଥିରେ ସୋଲାର ମାଧ୍ୟମରେ ମୋଟର ଲଗାଯାଇ ଟାଙ୍କିକୁ ପାଣି ଉଠାଇ ବ୍ୟବହାର କରାଯାଉଥିଲା। ହେଲେ ବର୍ତ୍ତମାନ ନଳକୂଅରୁ ପାଣି ବାହାରୁ ନ ଥିବାରୁ ପଡ଼ାବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଉଭୟ ଗଁା ଓ ପଡ଼ାର ଲୋକେ ପାଖ ଗଁାର ପୋଖରୀ କିମ୍ବା ମୁଡାକୁ ଶୌଚସ୍ନାନ ପାଇଁ ଯାଉଥିବାବେଳେ ଡ୍ରମ ଓ ଟିଣ ଡବାରେ ପାଣି ଆଣି କଷ୍ଟେମଷ୍ଟେ ଚଳୁଛନ୍ତି। ଖରାପ ହୋଇଥିବା ନଳକୂଅ ମରାମତି ସହ ପାଇପ୍‌ରେ ଜଳ ଯୋଗାଣ ଓ ଟ୍ୟାଙ୍କର ଯୋଗେ ଗଁାକୁ ପାଣି ଯୋଗାଣ କରିବାକୁ ୱାର୍ଡ ସଭ୍ୟ ଜଗନ୍ନାଥ ଧରୁଆ, ଲାୟଧର ମାଝି, ଜୟସିଂ ମାଝି, ସୂର୍ଯ୍ୟକାନ୍ତି ମାଝି, ରମୁଲା ମାଝି, ଭୂମିସୂତା ମାଝି ପ୍ରମୁଖ ଦାବି କରିଛନ୍ତି ା ଏ ସଂକ୍ରାନ୍ତରେ କୋମନା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ନିରନ୍ତର ମିଞ୍ଜଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ଆମ ଲୋକ ଯାଇ ଖରାପ ହୋଇଥିବା ନଳକୂଅ ମରାମତି କରିବେ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri