ସୋର ବ୍ଲକରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ୭ ଗ୍ରାମର ମୁଖ୍ୟ ରାସ୍ତା ସିଲ୍‌

ସୋର, ୩୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ତଳନଗର ପଞ୍ଚାୟତର ବେଲସବିରା ଓ ସୁନାରୀ ଗ୍ରାମରେ ବୁଧବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରଶାସନ ପକ୍ଷରୁ କଟକଣା କଡାକଡି କରାଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଡ଼ିଓ ସୁଶାନ୍ତ ବାରିକ, ତହସିଲଦାର ଅଶୋକ କୁମାର ଦାସ, ଉପଜିଲାପାଳ ନୀଲୁ ମହାପାତ୍ର, ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ଡା. ସତ୍ୟନାରାୟଣ ନାୟକ ତଥା ସ୍ଥାନୀୟ ସରପଞ୍ଚ ରାଜେନ୍ଦ୍ର ଦାସ ପ୍ରମୁଖ ଗୁରୁବାର ଘଟଣାସ୍ଥଳରେ ପହଞ୍ଚିଥିଲେ। ସଂକ୍ରମଣ ରୋକିବା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ୭ଟି ଗ୍ରାମର ମୁଖ୍ୟ ରାସ୍ତାକୁ ସିଲ୍‌ କରାଯାଇ ଘରୁ ନ ବାହାରିବା ପାଇଁ ତାଗିଦ୍‌ କରାଯାଇଛି। ଆସନ୍ତା ୬ତାରିଖ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ଦମକଳବାହିନୀ ଦ୍ୱାରା ପଞ୍ଚାୟତର ୭ଟି ଗ୍ରାମକୁ ସାନିଟାଇଜର କରାଯାଇଛି।
ଦୁଇ ଆକ୍ରାନ୍ତ ଗତ ଏପ୍ରିଲ ୫ତାରିଖରେ ପଶ୍ଚିମବଙ୍ଗରୁ ଗ୍ରାମକୁ ଫେରିଥିଲେ। ଦୁହଁିଙ୍କୁ କ୍ୱାରାଣ୍ଟାଇନ୍‌ରେ ସ୍ଥାନୀୟ ପଞ୍ଚାୟତ ତରଫରୁ ରଖାଯାଇଥିଲା। ସୋରରେ କରୋନା ପଜିଟିଭ୍‌ ଯୋଗୁ କୋକୁଆଭୟ ସୃଷ୍ଟି ହୋଇଛି। ପ୍ରଶାସନ ତରଫରୁ ବାଇକ୍‌ରେ ଯାତାୟାତ ଓ ସାମାଜିକ ଦୂରତ୍ୱ ନେଇ କଡ଼ାକଡ଼ି କରାଯାଇଛି। ସ୍ଥାନୀୟ ସୋର ଥାନା ତରଫରୁ ବିଭିନ୍ନ ଛକ, ମୁଖ୍ୟରାସ୍ତାରେ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri