ସୋଲଗଁାରେ ଖୋଲିବ ଏକଲବ୍ୟ ସ୍କୁଲ

ପରଜଙ୍ଗ, ୨୩।୪: (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲାର ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକ ଅନ୍ତର୍ଗତ ସୋଲଗଁାରେ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ଖୋଲିବ। କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ଇଂ. ବିଶ୍ବେଶ୍ୱର ଟୁଡୁ ଶନିବାର ଏହାର ଭୂମିପୂଜନ କରିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ କହିଲେ, ଆଦିବାସୀ ପିଲାଙ୍କ ସ୍ବପ୍ନ ସାକାର କରିବା ଏବଂ ଶିକ୍ଷାର ବିକାଶ ପାଇଁ ସମ୍ପୂର୍ଣ୍ଣ ନବୋଦୟ ଢାଞ୍ଚାରେ ଏହି ଇଂଲିଶ ମାଧ୍ୟମ ମଡେଲ ରେସିଡେନ୍ସିଆଲ ସ୍କୁଲର ପରିକଳ୍ପନା କରାଯାଇଛି। ୧୩ ଏକର ଜମିରେ ନିର୍ମାଣ ହେବାକୁ ଥିବା ଏହି ସ୍କୁଲରେ ୪୮୦ ଆଦିବାସୀ ଛାତ୍ରୀଛାତ୍ର ନିଃଶୁଳ୍କ ଶିକ୍ଷାଲାଭ କରିପାରିବେ। ସେମାନଙ୍କ ଲାଗି ହଷ୍ଟେଲ ସୁବିଧା ମଧ୍ୟ ରହିବ। ଓଡ଼ିଶାରେ ୮୭ଟି ଏକଲବ୍ୟ ମଡେଲ ରେସିଡେନ୍ସିଆଲ ସ୍କୁଲର ପ୍ରାରମ୍ଭିକ ପରିକଳ୍ପନା କରାଯାଇଛି। ପ୍ରାୟ ୫୦ରୁ ଊଦ୍ଧର୍‌ବ ବିଦ୍ୟାଳୟ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରକାଶ କରିଛନ୍ତି।
ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ମହେଶ ସାହୁ, ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ, ବ୍ଲକ ଅଧ୍ୟକ୍ଷା ଚାରୁଲତା ମିଶ୍ର, ଉପାଧ୍ୟକ୍ଷା ଦୀପା ସାହୁ, ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ସେଠୀ, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ବ୍ଲକ ପ୍ରଶାସନର ଅଧିକାରୀ ଏବଂ ଜନପ୍ରତିନିଧି ଉପସ୍ଥିତ ଥିଲେ। କାମାକ୍ଷାନଗର ଏସ୍‌ଡିପିଓ ରଞ୍ଜନ କୁମାର ଦେଙ୍କ ନେତୃତ୍ୱରେ ଶାନ୍ତିଶୃଙ୍ଖଳା ରକ୍ଷାରେ ପୋଲିସ ମୁତୟନ ହୋଇଥିଲେ। ଏଥିପୂର୍ବରୁ ମନ୍ତ୍ରୀଙ୍କୁ ଆଦିବାସୀ ନୃତ୍ୟର ତାଳେତାଳେ ସଭାସ୍ଥଳକୁ ପାଛୋଟି ନିଆଯାଇଥିଲା। ବରିଷ୍ଠ ନେତା ବିଭୂତି ଭୂଷଣ ପ୍ରଧାନ, ଅଶୋକ ମହାନ୍ତି ପ୍ରମୁଖ ବହୁ ଭାଜପା ନେତା ଓ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri