ସୋଲଡ଼ାରେ ପ୍ରଶାସନ ପକ୍ଷରୁ ପଲ୍ଲିସଭା: ଧଉରାଗୋଠ ପ୍ରକଳ୍ପକୁ ଗ୍ରାମବାସୀଙ୍କ ବିରୋଧ

ବଇଣ୍ଡା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଧଉରାଗୋଠ ଗ୍ରାମରେ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପୂର୍ବରୁ ଏହାକୁ ବିରୋଧ କରିଛନ୍ତି ସୋଲଡ଼ା ଗ୍ରାମବାସୀ। ଆଠମଲ୍ଲିକ ଉପଖଣ୍ଡ ପ୍ରଶାସନ ପକ୍ଷରୁ ବୁଧବାର ଏ ସମ୍ପର୍କିତ ଏକ ପଲ୍ଲିସଭା ଗାଁ ବଇଣ୍ଡା ପଞ୍ଚାୟତ ସୋଲଡା ଗ୍ରାମରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଧଉରାଗୋଠ ଜଳସେଚନ ପ୍ରକଳ୍ପ ପାଇଁ ଆଲୋଚନାବେଳେ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ।
ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ, ଗାଁ ବଇଣ୍ଡା ସରପଞ୍ଚ ମାନସ ସାହୁ, କ୍ଷୁଦ୍ର ଜଳସେଚନ ବିଭଗର ସହକାରୀ ନିର୍ବାହୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ସାହୁ, ସହକାରୀ ଯନ୍ତ୍ରୀ ସୁରେଶ ଗଡନାୟକ, ସୁଧାକର ପଟ୍ଟନାୟକ, କନିଷ୍ଠଯନ୍ତ୍ରୀ ଉମାକାନ୍ତ ରାଉଳ, ଆର୍‌ଆଇ ପ୍ରତାପ କୁମାର ନାୟକ ପ୍ରମୁଖଙ୍କ ଉପସ୍ଥିତିରେ ଜଳସେଚନ ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏ ନେଇ ପ୍ରଶାସନ ପକ୍ଷରୁ ଗ୍ରାମବାସୀଙ୍କ ମତାମତ ସଂଗ୍ରହ କରାଯାଇଥିଲା। ହେଲେ ଗ୍ରାମବାସୀ ଏହାକୁ ବିରୋଧ କରି କହିଲେ, ପ୍ରକଳ୍ପ ନିର୍ମାଣ ହେଲେ ସୋଲଣ୍ଡା ଗ୍ରାମ ସମ୍ପୂର୍ଣ୍ଣ ଭାବେ ବୁଡ଼ିଯିବ। ଏହି ଗ୍ରାମର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭରଶୀଳ। ସେମାନେ ଘର, ଚାଷ ଜମି ହରାଇ ବସିବେ। ପ୍ରଶାସନର ସହାୟତା ଗ୍ରାମବାସୀଙ୍କ ପାଇଁ ଯଥେଷ୍ଟ ନୁହେଁ। ତେଣୁ ଏଠାରେ ଜଳସେଚନ ପ୍ରକଳ୍ପ ନିର୍ମାଣ କରା ନ ଯିବା ପାଇଁ ସେମାନେ ଦାବି କରିଥିଲେ। ସଭାରେ ମଧୁସୂଦନ ସାହୁ, ବନବିହାରୀ ପ୍ରଧାନ, ପୀତବାସ ପ୍ରଧାନ, ପୂର୍ବତନ ସରପଞ୍ଚ ପ୍ରମୋଦ ସାହୁ, ଯୋଗିନ୍ଦ୍ର ପ୍ରଧାନ, ସତ୍ୟାନନ୍ଦ ପ୍ରଧାନ, ବିପିନ ବିହାରୀ ସାହୁ, ଶ୍ରୀଧର ମାଝି, ବିଶେଶ୍ୱର ସାହୁ, ମନୋରଞ୍ଜନ ନାୟକ ପ୍ରମୁଖ ଗ୍ରାମବାସୀ ଯୋଗ ଦେଇଥିଲେ। ଗ୍ରାମବାସୀଙ୍କ ମତାମତ ସମ୍ପର୍କରେ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ଉପଜିଲାପାଳ ଡ. ବିଶ୍ୱାଳ ଗ୍ରାମବାସୀଙ୍କୁ କହିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri