ସୋଲାର ମାଧ୍ୟମରେ ଗ୍ରାମକୁ ହେବ ଜଳ ଯୋଗାଣ

ବଇଣ୍ଡା,୧୨।୬(ଡି.ଏନ.ଏ.): ଗ୍ରାମାଞ୍ଚଳ ଓ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ବସବାସ କରୁଥିବା ଲୋକେ ପାନୀୟ ଜଳ ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମଋତୁରେ ଏହି ସମସ୍ୟା ଆହୁରି ଜଟିଳ ହୋଇପଡ଼ୁଛି। ତେବେ ଜନସାଧାରଣ ଏହି ସମସ୍ୟା ଆଉ ଭୋଗିବେ ନାହିଁ। ସୋଲାର ପମ୍ପ ମାଧ୍ୟମରେ ଗ୍ରାମକୁ ଜଳଯୋଗାଣ କରାଯିବ ବୋଲି ବୁଧବାର କିଶୋରନଗର ବ୍ଲକ ସଭାଗୃହଠାରେ ୮ ସମିତି ବୈଠକରେ ଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶଚନ୍ଦ୍ର ସାଏ ଯୋଗଦେଇ ଏହା କହିଛନ୍ତି। ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ସମ୍ବଲପୁର ଏମପି ନିତିଶ ଗଙ୍ଗଦେବ ଯୋଗଦେଇ ପଞ୍ଚାୟତ ପ୍ରତିନିଧିମାନଙ୍କ ଦ୍ୱାରା ଗ୍ରାମ ବିକାଶ ହୋଇଥାଏ। ଗାଁର ବିକାଶ ହେଲେ ଦେଶର ବିକାଶ ହେବ। ସବୁ ଗ୍ରାମରେ କିଭଳି ମୌଳିକ ସୁବିଧା ପହଞ୍ଚିପାରିବ ସେଥିପ୍ରତି ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ଜନପ୍ରତିନିଧିମାନେ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ସେ ମତପ୍ରକାଶ କରିଥିଲେ। ପ୍ରାରମ୍ଭରେ ନବ ନିର୍ବାଚିତ ବିଧାୟକ ଓ ଏମପିଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଅନ୍ୟତମ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷା ସୁନୀଲ କୁମାର ପ୍ରଧାନ, କିଶୋରନଗର ବିଡିଓ ଅମୃତା ପ୍ରିୟମ୍ବଦା, ସହକାରୀ ନିର୍ବାହୀ ଯନ୍ତ୍ରୀ ସୁନୀଲ ସିଂ ଯୋଗ ଦେଇଥିଲେ। ଅନେକ ସରକାରୀ ବିଦ୍ୟାଳୟରେ ଠିକ ଭାବେ ପାଠପଢା ଯାଉ ନ ଥିବା ଯୋଗୁ ରେଜଲ୍ଟ ଖରାପ ହେଉଥିବା କେତେକ ସରପଞ୍ଚ ଅଭିଯୋଗ କରିଥିଲେ। ସେହିପରି ଚାଷ ସମୟରେ ଚାଷୀଙ୍କୁ ବିହନ, ସାର ଠିକ ଭାବେ ମିଳୁ ନ ଥିବା ସହ କୃଷି ଅଧିକାରୀମାନେ ରହୁ ନ ଥିବା ଅଭିଯୋଗ ହୋଇଥିଲା। ସାଧାରଣ ବଣ୍ଟନ ଅର୍ନ୍ତଭୁକ୍ତ ହେବା ପାଇଁ ବହୁ ଗରିବ ଶ୍ରେଣୀର ଲୋକ ଆବେଦନ କରିଥିଲେ ମଧ୍ୟ ସେମାନଙ୍କୁ ରେଶନ କର୍ଡ ଦିଆଯାଇ ନାହିଁ। ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡାଠାରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରଟି ବିପଦସଙ୍କୁଳରେ ରହିଛି। ଏ ନେଇ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିବାବେଳେ ବିପଦସଙ୍କୁଳରେ ପାଠ ପଢାଯାଉଛି ବୋଲି ସରପଞ୍ଚ ଜଳଧର ସାହୁ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହ ବଇଣ୍ଡାଠାରେ ଥିବା ପଶୁ ଡାକ୍ତରଖାନାଟି ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ଭାଙ୍ଗିଯାଇଥିବାବେଳେ ନୂତନ ପଶୁ ଡାକ୍ତରଖାନା ନିର୍ମାଣ କରିବା ପାଇଁ ଦାବି କରିଥିଲେ। ସୁରେଶ୍ୱରୀ, ଧଉରାଗୋଠ ଜଳ ସେଚନ ପ୍ରକଳ୍ପ କିଭଳି ଶିଘ୍ର ନିର୍ମାଣ ହେବ ସରକାରଙ୍କୁ ଦୃଷ୍ଟି ଆକର୍ଷଣ କରିବେ ବୋଲି ବିଧାୟକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri