ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ରକ୍ଷଣବେକ୍ଷଣ କରା ନ ଯିବା ହେତୁ ବହୁ ଷ୍ଟ୍ରିଟ ଲାଇଟ ଅଚଳ ହୋଇପଡିଛି। ଫଳରେ ଦାରିଙ୍ଗବାଡି ଅଞ୍ଚଳର ଶତାଧିକ ଲୋକ ଏବଂ ପର୍ଯ୍ୟଟକ ସନ୍ଧ୍ୟା ହେଲେ ବଜାରରେ ବୁଲିବାକୁ ସୁରକ୍ଷିତ ଭାବୁନାହାନ୍ତି। ପର୍ଯ୍ୟଟକ ଦାରିଙ୍ଗବାଡିରେ ଷ୍ଟ୍ରିଟ ଫୁଡ ଖାଇବା ଓ ବଜାର ବୁଲିବା ସମୟରେ ଅନ୍ଧାର ଯୋଗୁ ମଜା ନେଇପାରୁନାହାନ୍ତି। ସନ୍ଧ୍ୟା ସମୟରେ ହିଁ ଷ୍ଟ୍ରିଟ ଫୁଡ ଦୋକାନଗୁଡିକ ଖୋଲୁଥିବାରୁ ଷ୍ଟ୍ରିଟ ଆଲୁଅ ନ ଥିବାରୁ ସେମାନଙ୍କ ବ୍ୟବସାୟ ହେଉ ନ ଥିବା ଅଭିଯୋଗ ହେଉଛି।
ପ୍ରକାଶ ଯେ ୫୯ ନଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ବାଲିଗୁଡାଠାରୁ ଦାରିଙ୍ଗବାଡି ପର୍ଯ୍ୟନ୍ତ ଜାତୀୟ ରାଜପଥର ସମ୍ପ୍ରସାରଣ ସମୟରେ ସୋଲାର ପାନେଲ ଥାଇ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା କରାଯାଇଥିଲା। ପ୍ରତି ୩୦ ମିଟର ଦୂରତା ଓ ରାଜପଥ କଡ଼ରେ ରହିଥିବା ଗ୍ରାମ ଭିତରେ ଏହି ଆଲୁଅ ବ୍ୟବସ୍ଥା କରାଯାଇଥିଲା ୩ ଶହରୁ ଉର୍ଦ୍ଧ୍ୱ ଷ୍ଟ୍ରିଟ ଲାଇଟଦ୍‌ରୁ ସୋଲାର ପାନେଲ ସହ ବେଟେରୀ ଆଦି ଚୋରି ହୋଇ ଏବେ ଅଚଳ ଅବସ୍ଥାରେ ରହିଛି। ଏହି ଆଲୁଅ ବ୍ୟବସ୍ଥା ସହ ରାସ୍ତାର ରକ୍ଷଣବେକ୍ଷଣ ଅତି କମରେ ୫ ବର୍ଷ ପର୍ଯ୍ୟନ୍ତ ସମ୍ପୃକ୍ତି ଠିକା ସଂସ୍ଥା କରିବା ନିୟମ ରହିଥିଲେ ମଧ୍ୟ ଉକ୍ତ ଠିକା ସଂସ୍ଥା ଜିଲାପ୍ରଶାସନ, ସ୍ଥାନୀୟ ପ୍ରଶାସନ କିମ୍ବା ସାଧରଣ ଲୋକଙ୍କ କଥାକୁ ଭୃକ୍ଷେପ କରୁ ନ ଥିବା ଅଭିଯୋଗ ହେଉଛି। ଶୀଘ୍ର ଆଲୁଅ ବ୍ୟବସ୍ଥା କରା ନ ଗଲେ ଆସନ୍ତା ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି। ଏନେଇ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ସହ ଯୋଗାଯୋଗ କରାଯିବାରୁ ସେ ଏନେଇ ସମ୍ପୃକ୍ତ ଠିକା ସଂସ୍ଥାକୁ ତାଗିଦ୍‌ କରାଯାଇଛି। ଶୀଘ୍ର ନ କଲେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ସେ କହିଛନ୍ତି। ସୂଚନା ଯୋଗ୍ୟ ଯେ ଜାତୀୟ ରାଜପଥର ଉକ୍ତ ବ୍ଲକ ପାଟାଙ୍ଗି, କିରିକୁଟି, ଆଦିବାସୀ, ସିମନବାଡି, ଡାବୁଲୁମାହା, ସୁଲୁମାହା, ଶ୍ରାନିକେତା, ଦାରିଙ୍ଗବାଡି, ପଞ୍ଚୁପାଲି, ଡବେରୀ ଅଞ୍ଚଳର ସମସ୍ତ ଷ୍ଟ୍ରିଟ ଆଲୁଅ ଅଚଳବସ୍ଥାରେ ଅଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri