Posted inଜାତୀୟ

ସୋସିଆଲ୍‌ ମିଡ଼ିଆ ରାଜନୀତି: ଅନ୍‌ଲାଇନ୍‌ରେ ମୋଦି ଶକ୍ତିଶାଳୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୩: ସୋସିଆଲ ମିଡ଼ିଆରେ ନିଜର ଶକ୍ତି ବୃଦ୍ଧି କରିବା ପାଇଁ ପୃଥିବୀର ଶକ୍ତଶାଳୀ ଦେଶର ରାଜନେତା ମାନେ ଉଦ୍ୟମ କରୁଥିବାର ନଜିର ରହିଛି। ସୋସିଆଲ ମିଡ଼ିଆରେ ରାଜନୀତି କରି ବେଶ୍‌ ସଫଳ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗରେ ରହିଛନ୍ତି। ଗୁଜରାଟ ମୁଖ୍ୟମନ୍ତ୍ରୀ ଥିବା ସମୟଠାରୁ ସେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଆକ୍ଟିଭ୍‌ ରହିଛନ୍ତି। ଇତିମଧ୍ୟରେ ୧୧ ବର୍ଷ ବିତି ଯାଇଛି। ଟୁଇଟରରେ ମୋଦିଙ୍କର ୫ କୋଟି ୩୩ ଲକ୍ଷ ୭୦ ହଜାରରୁ ଅଧିକ ଫଲୋଅର୍ସ ଅଛନ୍ତି। ତେବେ ମୋଦି ୨୩୭୩ ଜଣଙ୍କୁ ଫଲୋ କରୁଛନ୍ତି। ଟୁଇଟରରେ ଫଲୋଅର୍ସ ସଂଖ୍ୟା ଅନୁସାରେ ସେ ପୃଥିବୀରେ ତୃତୀୟ ସ୍ଥାନରେ ରହିଛନ୍ତି। ସେହିପରି ଫେସବୁକ୍‌ରେ ମୋଦିଙ୍କ ପାଖରେ ୪ କୋଟି ୪୭ ଲକ୍ଷରୁ ଅଧିକ ପ୍ରଶଂସକ ରହିଛନ୍ତି। ଫେସବୁକ୍‌ରେ ମୋଦି ପୃଥିବୀର ଏକ ନମ୍ବର ଲୋକପ୍ରିୟ ନେତା ପାଲଟିଛନ୍ତି। ଇନଷ୍ଟାଗ୍ରାମ୍‌ରେ ମୋଦିଙ୍କର ୩ କୋଟି ୫୨ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି। ସେ ଇନଷ୍ଟାଗ୍ରାମ୍‌ରେ ଫଲୋଅର୍ସ ସଂଖ୍ୟା ଦୃଷ୍ଟିରୁ ପୃଥିବୀର ଏକ ନମ୍ବର ରାଜନେତା ପାଲଟିଛନ୍ତି। ସେହିପରି ୟୁଟ୍ୟୁବ୍‌ରେ ମୋଦିଙ୍କ ଫଲୋଅର୍ସଙ୍କ ସଂଖ୍ୟା ୪୫ ଲକ୍ଷରୁ ଅଧିକ ରହିଛି। ସବ୍ରସ୍କାଇବରଙ୍କ ସଂଖ୍ୟା ୨୫ଲକ୍ଷ ୫୦ ହଜାର ରହିଛି। ଏଥିରେ ଅପଲୋଡ୍‌ ହୋଇଥିବା ୨୨ ହଜାରରୁ ଭିଡ଼ିଓ ୬୫ କୋଟି ୫୭ ଲକ୍ଷରୁ ଅଧିକ ଥର ଦେଖାହୋଇଛି। ଅପରପକ୍ଷରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କର ଟୁଇଟରରେ ଫଲୋଅର୍ସ ସଂଖ୍ୟା ୭ କୋଟି ୩୨ ଲକ୍ଷରୁ ଅଧିକ ରହିଛି। ସେ ଟୁଇଟରରେ ବାରାକ୍‌ ଓବାମାଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଓବାମାଙ୍କର ୧୧ କୋଟି ୩୦ ଲକ୍ଷ ଫଲୋଅର୍ସ ଅଛନ୍ତି। ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ସୋସିଆଲ୍‌ ମିଡ଼ିଆରେ ସେତେ ଆକ୍ଟିଭ୍‌ ରହି ନ ଥାନ୍ତି। ସେ ଚାଇନା ଦ୍ୱାରା ନିର୍ମିତ ସିନା ଓି୍ବବୋ ସୋସିଆଲ୍‌ ମିଡ଼ିଆ ପ୍ଲାଟଫର୍ମ ବ୍ୟବହାର କରିଥାନ୍ତି। ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର୍‌ ପୁଟିନ୍‌ ମଧ୍ୟ ସୋସିଆଲ୍‌ ମିଡ଼ିଆରେ ସେତେ ଆକ୍ଟିଭ୍‌ ରହି ନ ଥାନ୍ତି। କେତେକ ସାମାଜିକ ତଥ୍ୟକୁ ସେ ପ୍ରାୟତଃ ସୋସିଆଲ୍‌ ମିଡ଼ିଆରେ ଶେୟାର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri