ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ତେଣୁ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା ପାଇଁ ଯଥାସମ୍ଭବ ପଦକ୍ଷେପ ନେଉଛନ୍ତି। କୌଣସି ପ୍ରକାର ଗୁଜବ ପ୍ରଚାର ନ କରିବା ପାଇଁ ବାରମ୍ବାର ଲୋକଙ୍କୁ ସଚେତନ କରାଯାଉଛି। ତଥାପି ଜଣେ ଅଧ୍ୟାପକ ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରିବା ଅଭିଯୋଗରେ ମାଲକାନଗିରି ଜିଲା ଆଦର୍ଶ ଥାନା ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସେ ମାଲକାନଗିରି ଜିଲା ବିଜ୍ଞାନ ମହାବିଦ୍ୟାଳୟରେ ଅଧ୍ୟାପକ ଥିବା ଜଣାପଡ଼ିଛି। କୋରାପୁଟ ଜିଲାରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସେ ହ୍ବାଟ୍‌ସ ଆପ୍‌ ଗ୍ରୁପ ମାଧ୍ୟମରେ ପ୍ରଚାର କରିଥିଲେ। ପୋଲିସ ଏହାର ତଦନ୍ତ କରି ଅଧ୍ୟାପକଙ୍କୁ ଗିରଫ କରିଛି। ଏ ନେଇ ମାଲକାନଗିରି ଥାନା ଆଇଆଇସି ରାମ ପ୍ରସାଦ ନାଗ ଖବରଦାତା ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି। ଏଥିସହ ଗୁଜବ ପ୍ରଚାର ନ କରିବା ଏବଂ ଏଥିରେ ପ୍ରଭାବିତ ନ ହେବା ପାଇଁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri