Posted inଜାତୀୟ

ସୋସିଆଲ ମିଡିଆରେ ଆଧାର ସଂଯୋଗ: ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫ା୧୦: ସୋସିଆଲ ମିଡିଆ ସହ ଆଧାର ସଂଯୋଗକୁ ବାଧ୍ୟତାମୂଳକ କରିବା ଲାଗି ହୋଇଥିବା ଏକ ଆବେଦନ ଉପରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ସବୁ ମାମଲା ସର୍ବୋଚ୍ଚ ଅଦାଲତକୁ ଆସିବା ଆବଶ୍ୟକ ନାହଁ। ଏହି ମାମଲା ଏବେ ମାଡ୍ରାସ ହାଇକୋର୍ଟଙ୍କ ବିଚାରାଧୀନ ଥିବାରୁ ସେଠାକୁ ଯିବା ଲାଗି ଆବେଦନକାରୀ ଅଶ୍ୱିନୀ ଉପାଧ୍ୟାୟଙ୍କୁ ଅଦାଲତ କହିଥିଲେ।
ସୋସିଆଲ ମିଡିଆରେ ମିଥ୍ୟା ଓ ପଇସାଦିଆ ଖବର ଛପାଯାଉଥିବାରୁ ଏହାକୁ ରୋକିବା ଲାଗି ଉପାଧ୍ୟାୟ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ। ନକଲି ଓ ଜାଲ୍‌ ସୋସିଆଲ ମିଡିଆ ଆକାଉଣ୍ଟଗୁଡ଼ିକୁ ବନ୍ଦ କରିଦେବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଆବେଦନକାରୀ ଅଦାଲତଙ୍କୁ ଅନୁରୋଧ କରିଥିଲେ। ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ପେଡ୍‌ ନ୍ୟୁଜ୍‌ (ଟଙ୍କା ଦେଇ ପ୍ରସାରଣ କରାଯାଉଥିବା ଖବର) ଏବଂ ରାଜନୈତିକ ବିଜ୍ଞାପନ ଛପାକୁ ଜନପ୍ରତିନିଧି ଆଇନ, ୧୯୫୧ ଅନୁଯାୟୀ ଦୁର୍ନୀତିପୂର୍ଣ୍ଣ କାର୍ଯ୍ୟ ଭାବେ ଘୋଷଣା କରିବା ଲାଗି କେନ୍ଦ୍ରକୁ ନିର୍ଦ୍ଦେଶ ଦିଆଯାଉ ବୋଲି ମଧ୍ୟ ଆବେଦନକାରୀ ନିବେଦନ କରିଥିଲେ।
ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିଦେବା ପରେ ଭାଜପା ନେତା ଉପାଧ୍ୟାୟ ତାଙ୍କ ପିଟିଶନ ପ୍ରତ୍ୟାହାର କରିନେଇଛନ୍ତି। ପୂର୍ବରୁ ଫେସବୁକ୍‌ ପକ୍ଷରୁ ଦାଏର ପିଟିଶନ ଉପରେ ସର୍ବୋଚ୍ଚ ଅଦାଲତ ଶୁଣାଣି କରିସାରିଛନ୍ତି। ସୋସିଆଲ ମିଡିଆ ଆକାଉଣ୍ଟରେ ଆଧାର ସଂଯୋଗ ସମ୍ପର୍କିତ କେତେକ ମାମଲା ମାଡ୍ରାସ, ବମ୍ବେ ଓ ମଧ୍ୟପ୍ରଦେଶ ହାଇକୋର୍ଟଗୁଡିକରେ ବିଚାରାଧୀନ ଥିଲାବେଳେ ସେଗୁଡିକୁ ସର୍ବୋଚ୍ଚ ଅଦାଲତକୁ ସ୍ଥାନାନ୍ତର ଲାଗି ଫେସ୍‌ବୁକ୍‌ କର୍ତ୍ତୃପକ୍ଷ ଆବେଦନ କରିଥିଲେ। ଉପାଧ୍ୟାୟ ତାଙ୍କ ଆବେଦନରେ ଫେସ୍‌ବୁକ୍‌ ଓ ଟୁଇଟରରେ ସାମିଲ ଥିବା ବ୍ୟକ୍ତି ସେମାନଙ୍କ ବିବରଣୀ ସାମିଲ କରିବା ଲାଗି କେନ୍ଦ୍ରକୁ ନିର୍ଦ୍ଦେଶ ଦେବା ଲାଗି ଅନୁରୋଧ କରିଥିଲେ। ଏଥିସହିତ ମିଥ୍ୟା ଓ ପେଡ୍‌ ନ୍ୟୁଜ୍‌ ରୋକିବା ଦିଗରେ ଉପଯୁକ୍ତ ପଦକ୍ଷେପ ନେବା ଲାଗି ନିର୍ବାଚନ କମିଶନ ଓ ଭାରତର ପ୍ରେସ୍‌ କାଉନସିଲଙ୍କୁ ନିର୍ଦ୍ଦେଶ ଦେବା ଲାଗି ପିଟିଶନରେ ଅନୁରୋଧ କରାଯାଇଥିଲା।
୩.୫ କୋଟି ଟୁଇଟର ହ୍ୟାଣ୍ଡଲ ମଧ୍ୟରୁ ୧୦ ପ୍ରତିଶତ ନକଲି। ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଶତାଧିକ ଖ୍ୟାତନାମା ବ୍ୟକ୍ତିଙ୍କ ନାଁରେ ଜାଲ୍‌ ଟୁଇଟର୍‌ ଆକାଉଣ୍ଟ ଥିତ୍ବା ପିଟିଶନ୍‌ରେ ଦାବି କରାଯାଇଥିଲା। ସେହିପରି ଲକ୍ଷ ଲକ୍ଷ ଫେସ୍‌ବୁକ୍‌ ଆକାଉଣ୍ଟ ନକଲି ବୋଲି ଅଭିଯୋଗ ହୋଇଛି। ଉକ୍ତ ଜାଲ୍‌ ଆକାଉଣ୍ଟରେ ସାମ୍ବିଧାନିକ କର୍ତ୍ତୃପକ୍ଷଙ୍କ ଫଟୋ ବ୍ୟବହାର କରାଯାଇ ଏହାକୁ ଜାତିବାଦ, ସାମ୍ପ୍ରଦାୟିକତାବାଦ ଓ ବିଚ୍ଛିନ୍ନତାବାଦର ପ୍ରସାରଣ ଲାଗି ବ୍ୟବହାର କରାଯାଉଛି। ଏଭଳି କାର୍ଯ୍ୟ ଜାତୀୟ ସଂହତି ପାଇଁ ବିପଦ ସୃଷ୍ଟି କରିବା ସହ ଅଧିକାଂଶ ଦଙ୍ଗାର ମୂଳ କାରଣ ସାଜିଥିବା ଆବେଦନକାରୀ ଅଭିଯୋଗ କରିଛନ୍ତି। ଠିକ୍‌ ତଥ୍ୟ ଭୋଟରମାନଙ୍କ ଲାଗି ଜରୁରୀ ହୋଇଥିଲା ହୋଇଥିଲାବେଳେ ଭୁଲ୍‌ ତଥ୍ୟ ସୋସିଆଲ ମିଡିଆରେ ଛାଡ଼ି ସେମାନଙ୍କୁ ବିଭ୍ରାନ୍ତ କରାଯାଉଥିବା ଭାଜପା ନେତା ପିଟିଶନରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri