ସୋସିଆଲ ମିଡିଆରେ କରୋନା ଗୁଜବ ମହଙ୍ଗା ପଡିଲା: ଶିକ୍ଷକ କୋର୍ଟଚାଲାଣ

ଭବାନୀପାଟଣା,୧୫।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ସମ୍ପର୍କିତ ମିଛ ଖବରକୁ ସୋସିଆଲ ମିଡିଆରେ ଭାଇରାଲ କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଶନିବାର ସନ୍ଧ୍ୟାରେ ସମ୍ପୃକ୍ତ ଶିକ୍ଷକ ବିନ୍ଦୁ ମହାନନ୍ଦଙ୍କୁ ପୋଲିସ ଗିରଫ କରିଛି।
ପୋଲିସ ସୂତ୍ରରୁ ପ୍ରକାଶ ଯେ, ଗୋଲାମୁଣ୍ଡା ବ୍ଲକ ବୁଡକେଲ ଗ୍ରାମର ଶିକ୍ଷକ ବିନ୍ଦୁ ସୋସିଆଲ ମିଡିଆରେ ଖଲିଆକାନି ଗାଁରେ ଜଣେ କରୋନା ଆକ୍ରାନ୍ତ ଅଛନ୍ତି ଏବଂ ବିଡିଓ ଓ ଥାନା ଅଧିକାରୀ ଘଟଣାସ୍ଥଳକୁ ଯାଇଥିବା ବେଳେ ସମ୍ପୃକ୍ତ ଯୁବକ ତାଟି କବାଟ ବନ୍ଦ କରି ରହିଛନ୍ତି ବୋଲି ଏକ ମିଛ ଖବର ଭାଇରାଲ କରିଥିଲେ। ଏହି ମିଛ ଖବର ପ୍ରଚାରିତ ହେବା ପରେ ଜିଲାରେ ଆଲୋଡନ ସୃଷ୍ଟି ହେବା ସହିତ ଲୋକେ ଆତଙ୍କିତ ହୋଇ ପଡିଥିଲେ। ସନ୍ଧ୍ୟାରେ ଗୋଲାମୁଣ୍ଡା ପୋଲିସ ଏସ୍‌ଆଇ ଉଗ୍ରସେନ ପଟେଲ ଏକ ମାମଲା ରୁଜୁ କରି ବିନ୍ଦୁଙ୍କୁ ଗିରଫ କରିଥିଲେ। ରବିବାର ବିନ୍ଦୁଙ୍କୁ କୋର୍ଟଚାଲାଣ କରାଯାଇଛି ବୋଲି ପୋଲିସ ଏସ୍‌ପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି। ବିନ୍ଦୁ ବୁଡକେଲ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଅସ୍ଥାୟୀ ଶିକ୍ଷକ ଭାବେ ପିଲାଙ୍କୁ ପାଠ ପଢ଼ାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri