ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ଗୋୟଲ

ନୂଆଦିଲ୍ଲୀ,୧୩-୯: ମହାନ୍‌ ବୈଜ୍ଞାନିକ ସାର୍‌ ଆଇଜାକ୍‌ ନ୍ୟୁଟନ୍‌ ମାଧ୍ୟାକର୍ଷଣ ଶକ୍ତିକୁ ଖୋଜି ବାହାର କରିଥିଲେ ବୋଲି ସମସ୍ତେ ଜାଣନ୍ତି। ତେବେ କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଏହାର ଆବିଷ୍କାରକ ଆଇନ୍‌ଷ୍ଟାଇନ୍‌ ବୋଲି ଅଭିହିତ କରିଛନ୍ତି। ଗୋୟଲଙ୍କ ଏହି ଟିପ୍ପଣୀ ଇଣ୍ଟରନେଟ୍‌ରେ ହସର ଖୋରାକ୍‌ ଯୋଗାଇଛି। ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ୍‌ କରାଯାଇଛି ଓ ୟୁଜରମାନେ ତାଙ୍କୁ ଏଥିନେଇ ସମାଲୋଚନା କରିଛନ୍ତି। ଇଣ୍ଟରନେଟ ୟୁଜର ମିମ୍ସ ତିଆରି କରି ଗୋୟଲଙ୍କୁ ପରିହାସ କରିବାକୁ ପଛାଇ ନାହାନ୍ତି। ଗୁରୁବାର ବୋର୍ଡ ଅଫ୍‌ ଟ୍ରେଡ଼୍‌ର ବୈଠକରେ ଯୋଗଦେଇ ଗୋୟଲ ଅର୍ଥନୀତି ଉପରେ ନିଜର ମତ ରଖିବା ବେଳେ ଆଇନଷ୍ଟାଇନ୍‌ଙ୍କୁ ମାଧ୍ୟାକର୍ଷଣ ଶକ୍ତି ଖୋଜିବା ବେଳେ ଗଣିତ ସହାୟତା କରି ନ ଥିଲା ବୋଲି କହିଛନ୍ତି। ଏଣୁ ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପରିଣତ କରିବା ଲକ୍ଷ୍ୟକୁ ଗାଣିତିକ ନଜରରେ ଦେଖିବା ଅନୁଚିତ ବୋଲି ସେ ଯୁକ୍ତି ଦର୍ଶାଇଛନ୍ତି। ତାଙ୍କର ଏହି ଟିପ୍ପଣୀ ପରେ ୟୁଜରମାନେ ଟୁଇଟର ଓ ଫେସ୍‌ବୁକ୍‌ରେ ମାଧ୍ୟାକର୍ଷଣ ଶକ୍ତିର ଆବିଷ୍କାରକ ନ୍ୟୁଟନ ବୋଲି ଉଲ୍ଲେଖ କରି ଗୋୟଲଙ୍କୁ ତାଚ୍ଛଲ୍ୟ କରିବା ଆରମ୍ଭ କରିଦେଇଛନ୍ତି। ଏଥିପୂର୍ବରୁ ଓଲା, ଉବରକୁ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌୍‌ଙ୍କୁ ମଧ୍ୟ ସୋସିଆଲ ମିଡିଆରେ ଟ୍ରୋଲ୍‌ କରାଯାଇଥିଲା। କିଛି ୟୁଜର ସୀତାରାମନ୍‌ ଓ ଗୋୟଲଙ୍କ ମନ୍ତବ୍ୟକୁ ମିଶାଇ ମଜା ଉଠାଉଥିବାର ଦେଖାଯାଇଛି। ଜଣେ ୟୁଜର ଲେଖିଛନ୍ତି ଯେ, ଭାରତର ଜିଡିପି ହ୍ରାସ ପାଉଛି କାରଣ ଯୁବବର୍ଗ ଏବେ ଜିଡିପିର ଗଣିତକୁ ଦେଖୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri