Posted inଫୁରସତ

ସୋସିଆଲ ମିଡିଆରେ ଫଟୋ ପୋଷ୍ଟ ଦମ୍ପତିଙ୍କୁ ମହଙ୍ଗା ପଡ଼ିଲା: ୧୬ ବର୍ଷ ଜେଲ୍‌ ଦଣ୍ଡ ସହ ୭୪ ଚାବୁକ୍‌ ପ୍ରହାର

ସାରା ବିଶ୍ୱ ବର୍ତ୍ତମାନ କରୋନା ଭାଇରସ୍‌ ସହ ଲଢୁଛି। ଏପରି ସମୟରେ ଇରାନ୍‌ର ଏକ ଦମ୍ପତିଙ୍କୁ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡ଼ିଛି। ଇରାନର ପ୍ରଭାବଶାଳୀ ବ୍ୟକ୍ତି ଅହମ୍ମଦ ମୋଇନ୍‌ ଶିରାଜୀ ଏବଂ ତାଙ୍କ ସ୍ତ୍ରୀ ଶବନମ ଶାହରୋଖୀଙ୍କୁ କୋର୍ଟ ୧୬ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ଦଣ୍ଡ ଏବଂ ଚାବୁକ୍‌ରେ ୭୪ ପ୍ରହାର ସଜା ମିଳିଛି। ଶିରାଜୀ ତାଙ୍କ ଇନ୍‌ଷ୍ଟାଗ୍ରାମରେ କହିଛନ୍ତି, ଆମ ସ୍ବାମୀ ସ୍ତ୍ରୀଙ୍କ ଉପରେ ସୋସିଆଲ ମିଡିଆରେ ଅଶ୍ଳୀଳ ଫଟୋ ପୋଷ୍ଟ କରିବା ଏବଂ ନୈତିକ ଭ୍ରଷ୍ଟାଚାର ଅଭିଯୋଗ ହୋଇଛି। ଏହି ଦମ୍ପତି ଏବେ ଇରାନରେ ନ ରହି ତୁର୍କୀରେ ରହୁଛନ୍ତି। ୨୦୧୯ରେ ସେ ତୁର୍କୀ ଛାଡ଼ିଥିଲେ। ଏବେ ତାଙ୍କ ଉପରେ ଏହି ଅଭିଯୋଗ ଆସିଛି।
ଶିରାଜୀ କୁହନ୍ତି, ଇରାନ କୋର୍ଟ ତାଙ୍କୁ କୌଣସି ପ୍ରକାର ଦୋଷୀ ସାବ୍ୟସ୍ତ କରିବାକୁ ଚାହୁଁଥିଲେ। ତେଣୁ ସେ ଇରାନ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ଶିରାଜୀଙ୍କର ଇନ୍‌ଷ୍ଟାରେ ୧୫ ଲକ୍ଷ ଫଲୋଅର୍ସ ଅଛନ୍ତି। ତାଙ୍କୁ ୯ ବର୍ଷ ଏବଂ ତାଙ୍କ ସ୍ତ୍ରୀଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡ ସହ ୭୪ ଥର ଚାବୁକରେ ପ୍ରହାର ଏବଂ ତିନିମାସ ପର୍ଯ୍ୟନ୍ତ ବିନା ବେତନରେ ବା ଦରମାରେ କାମ କରିବାକୁ ରାୟ ଶୁଣାଇଛନ୍ତି। ଏହି କଥା ଶିରାଜୀ ତାଙ୍କ ଓକିଲଙ୍କଠାରୁ ସୂଚନା ପାଇଛନ୍ତି। ଶିରାଜୀ କୁହନ୍ତି, ଏହା ପୂର୍ବରୁ ଗୁପ୍ତଚର ମନ୍ତ୍ରଣାଳୟ ତାଙ୍କୁ ବହୁବାର ଡାକି ଦୀର୍ଘ ସମୟ ଧରି ପଚରାଉଚରା କରିଛନ୍ତି। ସୋସିଆଲ ମିଡିଆରେ ତାଙ୍କ ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟ ନ କରିବାକୁ କୁହାଯାଇଛି। ଏପରିକି ସୋସିଆଲ ମିଡିଆରୁ ଦୂରେଇ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri