Posted inଜାତୀୟ

ସୌଦି ତେଲ ମନ୍ତ୍ରୀଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା:ଭାରତକୁ ତୈଳ ଯୋଗାଣ ପ୍ରଭାବିତ ହେବନି

ନୂଆଦିଲ୍ଲୀ,୨୦-୯: ସୌଦି ଆରବ ତେଲ ଉତ୍ପାଦନ ପ୍ରଭାବିତ ହେବା ପରେ ଏହାର ପ୍ରଭାବ ଭାରତ ଉପରେ ପଡିଛି। ଆଗାମୀ ଦିନରେ ଏହି ସମସ୍ୟା ଲାଗି ରହିବା ନେଇ ଆଶଙ୍କା କରାଯାଇଛି। ଉକ୍ତ ସମସ୍ୟାର ଦୂରୀକରଣ ଲାଗି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୌଦି ତେଲ ମନ୍ତ୍ରୀ ଅବଦୁଲାଜିଜ୍‌ ବିନ୍‌ ସଲମାନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି। ଭାରତକୁ ତେଲ ଯୋଗାଣ ନେଇ ସୌଦି ପକ୍ଷରୁ ଦିଆଯାଇଥିବା ସବୁ ପ୍ରତିଶ୍ରୁତିକୁ ପାଳନ କରାଯିବ ବୋଲି ସଲମାନ ଧର୍ମେନ୍ଦ୍ରଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ତେଲ କମ୍ପାନୀ ଉପରେ ଆକ୍ରମଣ ପୂର୍ବରୁ ଯେଉଁ ହାରରେ ଉତ୍ପାଦନ ହେଉଥିଲା ଉକ୍ତ ଧାରା ଶୀଘ୍ର ଫେରିବ ବୋଲି ସେ କହିଛନ୍ତି। ଅପରପକ୍ଷରେ ସୌଦି ଆରବରୁ ଭାରତକୁ ତେଲ ଯୋଗାଣରେ କୌଣସି ଅସୁବିଧା ହେବ ନାହିଁ ବୋଲି ଇଣ୍ଡିଆନ ଅଏଲ କର୍ପୋରେଶନର ଅଧ୍ୟକ୍ଷ ସଞ୍ଜୀବ ସିଂ କହିଛନ୍ତି। ଭାରତକୁ ତେଲ ଯୋଗାଣ କ୍ଷେତ୍ରରେ ସୌଦି ଆରବ ଦ୍ୱିତୀୟ ବୃହତ୍‌ ରାଷ୍ଟ୍ର। ଏହା ଭାରତକୁ ମାସିକ ୨ ନିୟୁତ ଟନ୍‌ ଅଶୋଧିତ ତୈଳ ଯୋଗାଉଛି। ସେପ୍ଟେମ୍ବର ମାସ ଲାଗି ଯୋଗାଣ ହେବାକୁ ଥିବା ମୋଟ ତେଲ ମଧ୍ୟରୁ ୧.୨ରୁ ୧.୩ ନିୟୁତ ଟନ୍‌ ତେଲ ଭାରତ ଆସିଛି। ବଳକା ତେଲ ଯୋଗାଣ ନେଇ ପ୍ରତିଶ୍ରୁତି ମିଳିଥିବା ଜଣାପଡିଛି। ଅପରପକ୍ଷରେ ଏଲ୍‌ପିଜି କ୍ଷେତ୍ରରେ କିଛିଟା ବିଳମ୍ବ ହୋଇପାରେ। ମାତ୍ର ଆବଶ୍ୟକତା ଅନୁସାରେ ଭାରତ ଏଲ୍‌ପିଜି ପାଇପାରିବ। ଯଦି କୌଣସି ଅଭାବ ଦେଖାଯାଏ ତେବେ କାତାରରୁ ଏହା ଅଣାଯିବ ବୋଲି ସିଂ କହିଛନ୍ତି। ସୂଚନା ଯୋଗ୍ୟ ଭାରତ ସୌଦି ଆରବଠାରୁ ମାସିକ ୨ ଲକ୍ଷ ଟନ୍‌ ଏଲ୍‌ପିଜି ଆମଦାନୀ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri