ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍‌ ଯୋଜନା ଫେଲ୍‌

ଗୋଲାମୁଣ୍ଡା,୨୩।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍‌ ଯୋଜନା ଫେଲ ମାରୁଛି। ଗୋଲାମୁଣ୍ଡା ବ୍ଲକ ଅଧୀନ ଚପ୍ରିଆ ଗଁାରେ ଦୀର୍ଘ ଏକ ବର୍ଷ ହେବ ଗରିବ ହିତାଧିକାରୀଙ୍କ ଘରେ ଘରେ ମିଟର ଖାଞ୍ଜା ଯାଇଥିବା ବେଳେ ବିଦ୍ୟୁତ୍‌ ସଂଯୋଗ ହୋଇନାହଁି । ଦୀର୍ଘ ଏକ ବର୍ଷ ହେବ ମିଟର, ବୋର୍ଡ ଓ ତାର ସବୁ ଖାଞ୍ଜ ଯାଇଛି। କିନ୍ତୁ ଏଯାଏ ବିଦ୍ୟୁତ୍‌ ସଂଯୋଗ ହୋଇ ନ ଥିବାରୁ ଚପ୍ରିଆ ଗ୍ରାମର ନିରୀହ ଲୋକ ଏହି ସୁବିଧା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି । ଠିକାଦାରମାନେ ରାସ୍ତା କଡରେ ବିଦ୍ୟୁତ୍‌ ଖୁଣ୍ଟ ଆଣି ରଖିବା ପରେ ସ୍ଥାନୀୟ ବିଦ୍ୟୁତ୍‌ ସେବା ପାଇବା ଆଶାରେ କରିଥିଲେ। କିନ୍ତୁ ଦୀର୍ଘ ବର୍ଷ ବିତିଯାଇଥିବା ମଧ୍ୟ ଲୋକଙ୍କ ଆଶା ପୂରୁଣ ହୋଇନାହିଁ । ସେହିଭଳି ଗୋଲାମୁଣ୍ଡା ବ୍ଲକର ଅନେକ ଗଁାରେ ସମାନ ଅବସ୍ଥା ହୋଇଥିବା ଜଣାପଡିଛି । ନିର୍ମାଣ ଦାୟିତ୍ୱରେ ଥିବା ଠିକାଦାରର ମଧ୍ୟ ଦେଖା ମିଳୁ ନ ଥିବା ହିତାଧିକାରୀମାନେ ଅଭିଯୋଗ କରିଛନ୍ତି। ଏ ନେଇ ଗୋଲାମୁଣ୍ଡା ବିଦ୍ୟୁତ୍‌ ବିଭାଗ କନିଷ୍ଟ ଯନ୍ତ୍ରୀଙ୍କୁ ପଚାରିବାରୁ ନିର୍ମାଣ ଦାୟିତ୍ୱରେ ଥିବା ଠିକାଦାର ଅଧାପନ୍ତରିଆ ନିର୍ମାଣ କରି ଛାଡି ଦେଇଛନ୍ତି । ଏଭଳି ଗୋଲାମୁଣ୍ଡା ବ୍ଲକର ଅନେକ ଗ୍ରାମରେ ହୋଇଛି, ଠିକାଦାରମାନେ ଆମ ବିଭାଗକୁ ହସ୍ତାନ୍ତର କରିନାହାନ୍ତି । ହସ୍ତାନ୍ତର କଲେ ବିଦ୍ୟୁତ୍‌ ସଂଯୋଗ କରି ଦିଆଯିବ ବୋଲି କହିଥିଲେ। ଏଥିପ୍ରତି ଉଚ୍ଚକର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri