ସୌଭାଗ୍ୟ ଯୋଜନା ବାଟବନା: ବିଦ୍ୟୁତ୍‌ ସଂଯୋଗରୁ ବଁଚିତ୍‌ ସିର୍ଲିଗୁଡ଼ାବାସୀ

କୋକସରା, ୨୬।୧୨(ଡି.ଏନ୍‌.ଏ.)-
କଳାହାଣ୍ଡି ଜିଲା କୋକସରା ବ୍ଲକ ଫୁଫଗାଁ ପଁଚେତ୍‌ ସିର୍ଲିଗୁଡ଼ା ଗାଁବାସୀକୁ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ଯୁଗେଇ ଦେବାର ଲାଗି କାମ୍‌ ମୂଲ ହେଇଛେ। ହେଲେ କାମ୍‌ ମୂଲ ହେବାର ଅନେକ ବଛର ବିତିଯାଇଥିଲେ ବି ଗାଁବାସୀ ବିଦ୍ୟୁତ୍‌ ସଂଯୋଗ ପାଏବାରୁ ବଁଚିତ୍‌ ହେଇଥିବାର ଅଭିଯୋଗ କରିଛନ୍‌।
ସୂଚନା ଅନ୍‌ସାରେ ସିର୍ଲିଗୁଡ଼ା ଗଁାର ପାଖାପାଖି ୩୦ ବିପିଏଲ୍‌ ପରିବାରକେ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ଯୁଗେଇ ଦେବାକେ ୪ ବଛର ତଲେ କାମ୍‌ ମୂଲ ହେଇଥିଲା। ଗାଁରେ ବିଦ୍ୟୁତ୍‌ ଖୁଁଟା ତୁପା ଯାଇ ତାର ଟନା ଯାଇଛେ। ହିତାଧିକାରୀମାନକର ଘରମାନକୁ ବିଦ୍ୟୁତ୍‌ ସାମାନ ଖଁଜା ଯାଇଛେ। ହେଲେ ବିଭାଗୀୟ ଅଧ୍‌କାରୀକଁର ଅବହେଲା ଆର ଖାମ୍‌ଖିଆଲି ମନଭାବ ଲାଗି ଗଁାବାସୀ ବିଦ୍ୟୁତ୍‌ ସେବା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଏନ୍‌ତାଥି ହିତାଧିକାରୀମାନେ ଅନେକ ସମିଆରେ ବିଭାଗୀୟ ଅଧ୍‌କାରୀ, ନେତା ମନ୍ତ୍ରୀକୁଁ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଶେଷେ ଉପେ ଶୂଇନ୍‌ ହିତାଧିକାରୀ ହଲଧର ଶବର, ବଲରାମ ଶବର, ରୁପଧର ବେମାଲ, ମୋହନ ଶବର, ଦିବାକର ଜାଲ, ହରି ଶବର, ଧନବାଲ ଶବର, ଦୈତାରି ପୂଜାରୀ, ରତନ ଶବର, ରତ୍ନାକର ଶବର ଖଗପତି ଶବର, ରିଙ୍କୁ ଶବର ପରମୁଖ୍‌ ଏକ୍‌ଯୋଟ ହେଇ ଧର୍ମଗଡ଼ ଉପଜିଲାପାଳକୁଁ ବିଦ୍ୟୁତ୍‌ ସଂଯୋଗ ଲାଗି ଲିଖିତ ଅଭିଯୋଗ କରିଛନ୍‌। ପରଶାସନ କି ବିଭାଗୀୟ ଅଧ୍‌କାରୀ ସମସିଆର ସମାଧାନ ଦିଗେ ପଦକ୍ଷେପ ନାଇଁ ନେଲେ ଗାଁବାସୀ ଆଏବାର ଦିନେ ଆଂଦୋଲନ ଲାଗି ରାଜ୍‌ ରାସ୍‌ତାକେ ଉତିରମୁ ବଲି ଚେତାବନୀ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri