Posted inଖେଳ

ସୌମ୍ୟଙ୍କୁ ୫୮ତମ ଓପନ୍‌ ଚେସ୍‌ ଟାଇଟଲ

ଭୁବନେଶ୍ୱର, ୬।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ (ଓଏସ୍‌ସିଏ) ଓ ୟୁନିକ୍‌ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲା ବୋଲଗଡ଼ର ଅସରାଳସ୍ଥିତ ହରିହର ବିଦ୍ୟାପୀଠରେ ୨ୟ ଦେବରାଜ କର ମେମୋରିଆଲ ଓପନ୍‌ ର଼୍ୟାପିଡ୍‌ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଟୁର୍ନାମେଣ୍ଟରେ ଫିଡେ ମାଷ୍ଟର ସୌମ୍ୟରଞ୍ଜନ ମିଶ୍ର ଚାମ୍ପିୟନ ହୋଇଛନ୍ତି। ୭ ରାଉଣ୍ଡବିଶିଷ୍ଟ ପ୍ରତିଯୋଗିତାରେ ସୌମ୍ୟ ୬.୫ ପଏଣ୍ଟ ସହ ଏହି ସଫଳତା ପାଇଛନ୍ତି। ସୌମ୍ୟଙ୍କ କ୍ୟାରିୟରର ଏହା ହେଉଛି ୫୮ତମ ଓପନ୍‌ ଚେସ୍‌ ଟାଇଟଲ। ମାନସ ରଞ୍ଜନ ପରିଡ଼ା ୬ ପଏଣ୍ଟ ସହିତ ରନର୍ସଅପ୍‌ ହୋଇଛନ୍ତି। ଅନ୍ୟ ପ୍ରତିଯୋଗୀଙ୍କ ମଧ୍ୟରେ ସ୍ଥିତପ୍ରଜ୍ଞ ସାହୁ, ସୃଜନ ରାୟ, ରବୀନ୍ଦ୍ର କୁମାର ଓଝା, ଅବିନାଶ ବଳିୟାରସିଂ, ଶିଶିର କୁମାର ନାୟକ, ପ୍ରକାଶ ଚନ୍ଦ୍ର ସାହୁ, ଧୀରେନ୍ଦ୍ର କୁମାର ଦାସ ଏବଂ ଓମ୍‌ ଆଦିତ୍ୟ ଖାଡ଼ଙ୍ଗା ଯଥାକ୍ରମେ ୩ୟରୁ ୧୦ମ ସ୍ଥାନ ଅଧିକାର କରିଛନ୍ତି। ପ୍ରଦର୍ଶନ ଆଧାରରେ ୨୦ ଜଣ ମୁଖ୍ୟ ଖେଳାଳିଙ୍କ ବ୍ୟତୀତ ୮ ସ୍କୁଲ ଛାତ୍ରଙ୍କୁ ସ୍ବତନ୍ତ୍ର ପୁରସ୍କାରରେ ପୁରସ୍କୃତ କରାଯାଇଛି। ରଶ୍ମିତା ପାତ୍ର ଶ୍ରେଷ୍ଠ ମହିଳା ଓ ବଂଶୀଧର ଭୋଇ ଶ୍ରେଷ୍ଠ ଭେଟେରାନ ଖେଳାଳି ବିବେଚିତ ହୋଇଛନ୍ତି। ୟୁନିକ୍‌ ଫାଉଣ୍ଡେଶନର ସମ୍ପାଦକ ସନ୍ତୋଷ ମିଶ୍ର, ଯୁଗ୍ମ ସମ୍ପାଦକ ବିଷ୍ଣୁପ୍ରସାଦ କର ଏବଂ ଓଏସ୍‌ସିଏର ଗେମ୍ସ ଡାଇରେକ୍ଟର ଦେବାଶିଷ ପାଣିଗ୍ରାହୀ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri