Posted inଖେଳ

ସୌରଜିତ, ସୁବ୍ରତ ଏନ୍‌ସିଏ ଲେଭଲ-ବି କୋଚ୍‌

କଟକ ଅଫିସ,୧୫ା୫- ଓଡ଼ିଶାର ଦୁଇ ପୂର୍ବତନ ଖ୍ୟାତିସମ୍ପନ୍ନ କ୍ରିକେଟର ସୌରଜିତ ମହାପାତ୍ର ଓ ସୁବ୍ରତ କୁମାର ବେହେରା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ଲେଭଲ-ବି କୋଚ୍‌ ନିମନ୍ତେ ଯୋଗ୍ୟତା ହାସଲ କରିଛନ୍ତି। ଗତ ନଭେମ୍ବର ୧୨ ଓ ୧୩ ତାରିଖରେ  କୋଲକାତାଠାରେ କୋଚ୍‌ମାନଙ୍କ ନିମନ୍ତେ ଲେଭଲ-ଏ ରିଫ୍ରେସର କୋର୍ସ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥିରେ ଉଭୟ ସୌରଜିତ ଓ ସୁବ୍ରତ ୬୦ ପ୍ରତିଶତରୁ ଅଧିକ ମାର୍କ ରଖି ସଫଳପୂର୍ଣ୍ଣ ଭାବେ କୃତକାର୍ଯ୍ୟ ହୋଇଛନ୍ତି। ୫୦ମାର୍କ ବିଶିଷ୍ଟ ପରୀକ୍ଷାରୁ ସୌରଜିତ ୪୧ମାର୍କ ରଖିଥିବା ବେଳେ ସୁବ୍ରତ ୩୭ମାର୍କ ହାସଲ କରିଛନ୍ତି। ଏହି ଦୁଇ କ୍ରିକେଟର ପୂର୍ବରୁ ଓଡ଼ିଶା ଦଳର କୋଚ୍‌ ଭାର ସମ୍ଭାଳିଛନ୍ତି। ପେସବୋଲର ସୌରଜିତ ୨୦୦୩ରୁ ୨୦୧୧ ମସିହା ପର୍ଯ୍ୟନ୍ତ ରାଜ୍ୟ ରଣଜୀ ଦଳ ସମେତ ଜୁନିୟର ବର୍ଗ, ମହିଳା ଦଳ ଏବଂ ଓଡ଼ିଶା କ୍ରିକେଟ ଏକାଡେମୀର ବୋଲିଂ କୋଚ ଥିଲେ । ୧୯୮୭-୮୮ ରଣଜୀ ସିଜନରେ ତ୍ରିପୁରା ବିପକ୍ଷ ମ୍ୟାଚ୍‌ରେ ସୌରଜିତ ଓଡ଼ିଶା ନିମନ୍ତେ ପ୍ରଥମ ହ୍ୟାଟ୍ରିକ ଉଇକେଟ ଦଖଲ କରିବାର ରେକର୍ଡ ରଖିଛନ୍ତି । ରାଜ୍ୟ ରଣ୍‌ଜୀ ଦଳର ପୂର୍ବତନ ଓପନର ତଥା ଡାହାଣହାତୀ ବ୍ୟାଟ୍ସମ୍ୟାନ ସୁବ୍ରତ ୨୦୦୧ରୁ ୨୦୦୫ ପର୍ଯ୍ୟନ୍ତ ରାଜ୍ୟ ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି । ୨୦୧୦ରୁ ୨୦୧୭ ପର୍ଯ୍ୟନ୍ତ ରାଜ୍ୟ ଜୁନିୟର ଦଳର ବ୍ୟାଟିଂ କୋଚ୍‌ ଥିବା ବେଳେ ପରେ ଚୟନକର୍ତ୍ତା ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଉଭୟଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କାର୍ଯ୍ୟକାରୀ କମିଟି ଅଧ୍ୟକ୍ଷ ଧୀରେନ ପଲାଇ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri