ସୌରଶକ୍ତି ଚାଳିତ ହେବ ବିଧାନସଭା

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡିଶା ବିଧାନସଭା ସାୈରଶକ୍ତି ଚାଳିତ ହେବ। ବିଧାନସଭା ଛାତ ଉପରେ ସାୈର ଶକ୍ତି ପ୍ରକଳ୍ପ ସ୍ଥାପନ ହେବ। ଏନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା ବିଧାନସଭାକୁ ସାୈର ଶକ୍ତି ଚାଳିତ କରାଯିବ ବୋଲି ଅକ୍ଷୟ ଶକ୍ତି ବିକାଶ ସଂସ୍ଥା (ଓରେଡା)ଯୁଗ୍ମ ନିର୍ଦ୍ଦେଶକ ଅଶୋକ ଚାୈଧୁରୀ କହିଛନ୍ତି। ଏଥିରେ ୩୫ଲକ୍ଷ ଟଙ୍କା ବ୍ୟୟ କରାଯିବ। ଏହି ପ୍ରକଳ୍ପର କାର୍ଯ୍ୟ ଶାନ୍ତି ଆସୋସିଏଟକୁ ଦିଆଯାଇଛି। ଛାତର ବର୍ଗ ଅନୁଯାୟୀ ୯୦କିଲୋୱାଟ୍‌ର ପ୍ଲାଣ୍ଟ ସ୍ଥାପିତ ହେବ। ବର୍ଷକୁ ୧ଲକ୍ଷ ୧୮ହଜାର ୟୁନିଟ ବିଦ୍ୟୁତ ସଞ୍ଚୟ ହେବ ବୋଲି ଆକଳନ କରାଯାଇଛି। ଏହି ପ୍ରକଳ୍ପର କାର୍ଯ୍ୟ ୪ମାସ ମଧ୍ୟରେ ଶେଷ କରିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକଳ୍ପ ସ୍ଥାପନ ହେଲେ ବିଧାନସଭାର ବିଦ୍ୟୁତ ଜନିତ ଖର୍ଚ୍ଚ ବହୁ ପରିମାଣରେ ହ୍ରାସ ପାଇବ ବୋଲି ବାଚସ୍ପତି କହିଛନ୍ତି। ବୈଠକରେ ଓରେଡାର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri