ସ୍କିଲ୍‌ ଗ୍ୟାପ୍‌ ହ୍ରାସ କରିବା ଉପରେ ଗୁରୁତ୍ୱ’

ଭୁବନେଶ୍ୱର,୯।୭(ବ୍ୟୁରୋ): ସ୍କିଲ ଗ୍ୟାପ ହ୍ରାସ ସହ ଦକ୍ଷତା ସମ୍ପନ୍ନ ଏବଂ ଉତ୍ପାଦକ କାର୍ଯ୍ୟବଳ ତିଆରି ହେଲେ ଏହା ଭାରତକୁ ୫ ଟ୍ରିଲିୟନ ଅର୍ଥନୀତି କରିବାରେ ସହାୟକ ହେବ। ନୂଆଦିଲ୍ଲୀଠାରେ ଆୟୋଜିତ ବିଶ୍ୱ ଆର୍ଥିକ ଫୋରମ୍‌ ଦ୍ୱାରା ଆୟୋଜିତ ଦକ୍ଷତା ବ୍ୟବଧାନ ଟ୍ୟାକ୍ସଫୋର୍ସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କଥା କହିଛନ୍ତି। ସର୍ବୋପରି ସ୍କିଲ୍‌ ଗ୍ୟାପ୍‌କୁ ହ୍ରାସ କରିବାର ଆବଶ୍ୟକତାକୁ କେନ୍ଦ୍ରମନ୍ତ୍ରୀ ଅଧିକ ଗୁରୁତ୍ୱ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଛନ୍ତି ଯେ, ସାମ୍ପ୍ରତିକ ଯୁଗରେ ବୈଷୟିକ ବିଦ୍ୟାର ପ୍ରଗତି ଦ୍ୱାରା କାର୍ଯ୍ୟରେ ପରିବର୍ତ୍ତନ ପରଲକ୍ଷିତ ହୋଇଛି। ସେହି ପରିବର୍ତ୍ତନକୁ ଆଖି ଆଗରେ ରଖି ଦକ୍ଷତା ପ୍ରଦାନ କରିବାର ଇକୋ ସିଷ୍ଟମ ସେଭଳି ହେବାର ଆବଶ୍ୟକତା ରହିଛି। ଯଦ୍ୱାରା ଗୋଟିଏ ଦକ୍ଷତାସମ୍ପନ୍ନ କାର୍ଯ୍ୟ କରୁଥିବା ଲୋକ ତିଆରି ହୋଇ ପାରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ବୈଠକରେ ବିଶ୍ୱ ଆର୍ଥିକ ଫୋରମ୍‌ ଏବଂ ଦେଶର ବିଭିନ୍ନ ରାଷ୍ଟ୍ରାୟତ୍ତ ତୈଳ ଓ ଗ୍ୟାସ କମ୍ପାନୀ ଯଥା ଆଇଓସିଏଲ୍‌, ଏଚ୍‌ପିସିଏଲ୍‌, ଓଏନ୍‌ଜିସି ମଧ୍ୟରେ ଆଲୋଚନା ହୋଇଥିଲା। ଉଭୟଙ୍କ ମଧ୍ୟରେ ଯେପରି ଉତ୍ତମ ସମନ୍ବୟ ରକ୍ଷା କରାଯାଇ ରଖାଯାଇପାରିବା ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ କରାଯାଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri