ସ୍କୁଟି ଉପରେ ଚଢ଼ିଗଲା ଟ୍ରକ୍‌: ମା’ଝିଅଙ୍କ ସମେତ ୩ ମୃତ

ପରଜଙ୍ଗ/ତାଳଚେର, (ଡି.ଏନ.ଏ./ନି.ପ୍ର.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ନଂ. ଜାତୀୟ ରାଜପଥର ସରାଙ୍ଗ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ନିକଟରେ ଶନିବାର ସା ୬ଟାରେ ଦୁର୍ଘଟଣା ଘଟିଛି। ଏକ ୧୦ ଚକିଆ ଟ୍ରକ୍‌ (ଓଆର ୦୯ ଜେ ୫୮୧୧) ଚଢ଼ିଯିବାରୁ ୩ଜଣ ସ୍କୁଟି ଆରୋହୀ ପ୍ରାଣ ହରାଇଛନ୍ତି। ମୃତକ ହେଲେ ତାଳଚେର କାକୁଡ଼ିଆ ଗ୍ରାମର ଶ୍ରାବଣୀ ଶତପଥୀ (୨୫), ତାଙ୍କ ମା’ ନମିତା ଶତପଥୀ (୪୫) ଏବଂ ମାମୁ ଝିଅ ଭଉଣୀ ଶୁଭଶ୍ରୀ ଦେବତା (୮)। ସମ୍ପୃକ୍ତ ୩ଜଣ କାକୁଡ଼ିଆରୁ ପରଜଙ୍ଗ ଥାନା ମୁଣ୍ଡେଇଲୋ ଗ୍ରାମସ୍ଥିତ ବନ୍ଧୁ ଘରକୁ ଯାଉଥିଲେ। ଏହି ସମୟରେ ଟ୍ରକ୍‌ଟି ପଛପଟୁ ସ୍କୁଟି ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ଶ୍ରାବଣୀଙ୍କ ପ୍ରାଣବାୟୁ ଉଡ଼ିଯାଇଥିବାବେଳେ ତାଳଚେର ଡାକ୍ତରଖାନାରେ ଶୁଭଶ୍ରୀଙ୍କ ମୃତ୍ୟୁ ଘଟିଥିଲା। ନମିତାଙ୍କୁ ଅନୁଗୋଳ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଥିବାବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଛି।
ଦୁର୍ଘଟଣା ଘଟାଇ ଡ୍ରାଇଭର ଗାଡ଼ି ଧରି ଫେରାର ହୋଇଯିବାକୁ ଉଦ୍ୟମ କରୁଥିଲେ। ସ୍ଥାନୀୟ ଲୋକେ ଚାଳକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅଭିଯୁକ୍ତ ଚାଳକ ହେଲେ ଶନି କୁମାର। ତାଙ୍କ ଘର ବିହାର ହାଜିପୁର ମହୁଆ ଥାନା ଅଞ୍ଚଳରେ।
ଘଟଣା ପରେ ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଉକ୍ତ ରାସ୍ତାରେ ଦୈନିକ ଶତାଧିକ ଭାରିଯାନ ଚଳାଚଳ କରୁଛି। ଗାଡ଼ିଗୁଡ଼ିକରେ ଧାର୍ଯ୍ୟଠାରୁ ଅଧିକ ମାଲ୍‌ ପରିବହନ କରାଯାଉଛି। ଓଭର ଲୋଡିଂ ଗାଡ଼ିଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ଥାନାଧିକାରୀ ଆନନ୍ଦ ଚନ୍ଦ୍ର ଡୁଙ୍ଗ୍‌ଡୁଙ୍ଗ୍‌, ଏସ୍‌ଆଇ ସମରଜିତ ପଟ୍ଟନାୟକ ପ୍ରମୁଖ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି। ଖବର ଲେଖାଯିବା ଯାଏ ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri