ସ୍କୁଲରୁ ଚାଉଳ, ଖେଳ ସାମଗ୍ରୀ ଚୋରି

ଜୁନାଗଡ,୧୪।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସନ୍ୟାସୀ କୁଣ୍ଡାମାଲ ପଞ୍ଚାୟତ ବାଞ୍ଜିନାଳପଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଅଫିସ୍‌ର ତାଲା ଭାଙ୍ଗି ସେଠାରେ ଥିବା ଚାଉଳ ଓ ଖେଳଣା ସାମଗ୍ରୀ ଚୋରି କରିନେଇଛନ୍ତି। ମଙ୍ଗଳବାର ସକାଳରେ ସ୍କୁଲ କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ଜାଣିବା ପରେ ଜୁନାଗଡ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏ ନେଇ ଜୁନାଗଡ ଥାନାରେ ଏକ ମାମଲା ରୁଜୁ କରିବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।
ବାଞ୍ଜିନାଳପଡା ଅଫିସ କାର୍ଯ୍ୟାଳୟରେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନ ଭୋଜନ ପାଇଁ ୧କୁଇଣ୍ଟାଲ ୪୨କିଗ୍ରା ଚାଉଳ, ଚାଉଳ ରଖାଯାଇଥିବା ଷ୍ଟିଲ ଡ୍ରମ ଓ ଖେଳଣା ସାମଗ୍ରୀ ରହିଥିଲା । ସ୍କୁଲ ଛୁଟି ଥିବାରୁ ଏହାର ସୁଯୋଗ ଦେଇ ଦୁର୍ବୃତ୍ତମାନେ ସୋମବାର ରାତିରେ ତାଲା ଭାଙ୍ଗି ଚୋରି ସେସବୁ କରିନେଇଛନ୍ତି। ଏପରିକି ଅଫିସ କାର୍ଯ୍ୟାଳୟରେ ଥିବା ସମସ୍ତ ଶ୍ରେଣୀ ଗୃହର ଚାବି ମଧ୍ୟ ନେଇଯାଇଥିବା ଜଣାପଡିଛି। ମଙ୍ଗଳବାର ସକାଳରେ ସ୍ଥାନୀୟ ଜଣେ ଚାଷୀ ସ୍କୁଲର ତାଲା ଭାଙ୍ଗି ତଳେ ପଡିଥିବା ଦେଖି ସ୍କୁଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏହାପରେ ସ୍କୁଲ କର୍ତ୍ତୃପକ୍ଷ ଘଟଣାସ୍ଥଳକୁ ଆସି ଦେଖିଲା ପରେ ଜୁନାଗଡ ଥାନାରେ ଏତଲା ଦେଇଥିଲେ। ସେହିପରି ସେଠାରେ ଥିବା ଏକ ପାନ ଦୋକାନରୁ ମଧ୍ୟ ଦୁର୍ବୃତ୍ତମାନେ ତାଲା ଭାଙ୍ଗି କିଛି ସାମଗ୍ରୀ ଚୋରି କରି ନେଇଥିବା ଜଣାପଡିଛି। ଏହାସହ ସେମାନେ ଉକ୍ତ ରାତିରେ ନିକଟିସ୍ଥ ଛୋରିଆଗଡ ଗ୍ରାମର ୩ ନଂ. ଅଙ୍ଗନୱାଡି କେନ୍ଦ୍ରର ତାଲା ଭାଙ୍ଗି ପଶିଥିବା ଜଣାପଡଛି । ତେବେ ସେଠାରେ କୌଣସି ସାମଗ୍ରୀ ନ ଥିବାରୁ ଚୋରି ହୋଇ ନ ଥିଲା। କେବଳ ଛୋଟପିଲାଙ୍କ ଖେଳଣା ସାମଗ୍ରୀ ଗୁଡିକୁ ଦୁର୍ବୃତ୍ତମାନେ ଏଣେତେଣେ ଫିଙ୍ଗିଦେଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri