ସ୍କୁଲରୁ ଫେରିବା ବେଳେ ଦୁର୍ଘଟଣା: ଛାତ୍ରୀ ମୃତ, ୨ ଗୁରୁତର

ଅନୁଗୋଳ ଅଫିସ, ୧୦।୯- ଅନୁଗୋଳ ସହର ପଞ୍ଚମହଲାଠାରେ ଏକ ଘରୋଇ ବିଦ୍ୟାଳୟରୁ ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏ ନେଇ ନଂ. ୭୦୭/୧୯ରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଛି।

ପ୍ରକାଶ ଯେ, ନୂଆମୌଜା ଗ୍ରାମର ବନବିହରୀ ନାଏକ ବାଇକ୍‌ରେ ପୁଅ ସୌମ୍ୟରଞ୍ଜନ ନାଏକ ଓ ଭାଣିଜୀ ଜ୍ୟୋତିର୍ମୟୀ ପ୍ରିୟଦର୍ଶନୀ ନାଏକଙ୍କୁ ସ୍କୁଲରୁ ଘରକୁ ଆଣୁଥିଲେ। ତେବେ ପକ୍କା ରାସ୍ତା ତଳକୁ ଗାଡ଼ି ଚକା ଖସିଯିବାରୁ ଭାରସ୍ୟାମ ହରାଇ ସେମାନେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ୩ଜଣଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଛାତ୍ରୀ ଜ୍ୟୋତିର୍ମୟୀଙ୍କୁ ମୃତ ଘୋଷଣା କରିଥିଲେ। ଜ୍ୟୋତିର୍ମୟୀଙ୍କ ଘର ବଅଁରପାଳ ଥାନା ଟେଣ୍ଟୋଲୋଇ ହୋଇଥିବା ବେଳେ ସେ ମାମୁ ବନବିହାରୀଙ୍କ ଘରେ ରହି ପଢ଼ୁଥିଲେ। ମୃତ ଛାତ୍ରୀଙ୍କ ବାପା ଥାନାରେ ଏତଲା ଦେବା ପରେ ପୋଲିସ ମାମଲା ରୁଜୁ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri