କାର୍ତ୍ତିକ ମାସରେ ସ୍କୁଲରେ ଅଣ୍ଡା ମନା, ଛାତ୍ରୀଛାତ୍ର ଆଣିଲେ ଅଭିଯୋଗ

ଜଗନ୍ନାଥପ୍ରସାଦ,୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ପଞ୍ଚୁଭୂତି ଗ୍ରାମର ଉପ୍ରା ବିଦ୍ୟାଳୟରେ ଗତ କିଛିଦିନ ଧରି ଅନିୟମିତତା ନେଇ ଅଭିଯୋଗ ହୋଇଆସୁଥିଲା। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଛି। ସ୍କୁଲରେ ନିମ୍ନମାନର ଖାଦ୍ୟ ଯୋଗାଣ, ଛାତ୍ରୀଛାତ୍ର ଅନୁଯାୟୀ ଶ୍ରେଣୀଗୃହ ଅଭାବ, ଖାଦ୍ୟ ପରିମାଣ କମ୍‌ ଦେବା, ପାଣିଆ ଡାଲି, ଦ୍ୱିତୀୟ ଥର ମାଗିଲେ ଗାଳି କରିବା, ଅଣ୍ଡା ମିଳୁ ନ ଥିବା ଭଳି ଅଭିଯୋଗ ଆଣିଛନ୍ତି ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକ ଏବଂ ଗ୍ରାମବାସୀ। ଭାଇରାଲ ଭିଡିଓରେ ଜଣେ କୁନି ଝିଅ କାର୍ତ୍ତିକ ମାସରେ ଆମକୁ ଅଣ୍ଡା ଖାଇବାକୁ ମନା କରାଯାଉଥିବା କହିଛନ୍ତି। ଅନ୍ୟପକ୍ଷରେ ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ଦେବୀଙ୍କୁ ପଚାରିବାରୁ ନିୟମାନୁଯାୟୀ ଖାଦ୍ୟ ଯୋଗାଇ ଦିଆ ଯାଉଥିବା କହିଛନ୍ତି।
ଏସବୁ ଘଟଣା ବିଷୟରେ ସ୍ଥାନୀୟ ସରପଞ୍ଚ ଗୋକୁଳ ଦୋରା, ସ୍କୁଲ କମିଟି ସଭାପତି ସନ୍ତୋଷ କୁମାର ବେହେରା, ବୁଦ୍ଧିଜୀବୀ ସୁରେଶ ପଟ୍ଟନାୟକ ଉପସ୍ଥିତ ରହି ବିଇଓଙ୍କୁ ଖବର ଦେଇଥିବା କହିଛନ୍ତି। ବିଇଓ ବିଜୟ କୁମାର ରାଉତ ଏ ଘଟଣାର ତଦନ୍ତ ଦାୟିତ୍ୱ ଟିମ୍‌କୁ ଦିଆଯାଇଥିବା କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri