କାର୍ତ୍ତିକ ମାସରେ ସ୍କୁଲରେ ଅଣ୍ଡା ମନା, ଛାତ୍ରୀଛାତ୍ର ଆଣିଲେ ଅଭିଯୋଗ

ଜଗନ୍ନାଥପ୍ରସାଦ,୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ପଞ୍ଚୁଭୂତି ଗ୍ରାମର ଉପ୍ରା ବିଦ୍ୟାଳୟରେ ଗତ କିଛିଦିନ ଧରି ଅନିୟମିତତା ନେଇ ଅଭିଯୋଗ ହୋଇଆସୁଥିଲା। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଛି। ସ୍କୁଲରେ ନିମ୍ନମାନର ଖାଦ୍ୟ ଯୋଗାଣ, ଛାତ୍ରୀଛାତ୍ର ଅନୁଯାୟୀ ଶ୍ରେଣୀଗୃହ ଅଭାବ, ଖାଦ୍ୟ ପରିମାଣ କମ୍‌ ଦେବା, ପାଣିଆ ଡାଲି, ଦ୍ୱିତୀୟ ଥର ମାଗିଲେ ଗାଳି କରିବା, ଅଣ୍ଡା ମିଳୁ ନ ଥିବା ଭଳି ଅଭିଯୋଗ ଆଣିଛନ୍ତି ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକ ଏବଂ ଗ୍ରାମବାସୀ। ଭାଇରାଲ ଭିଡିଓରେ ଜଣେ କୁନି ଝିଅ କାର୍ତ୍ତିକ ମାସରେ ଆମକୁ ଅଣ୍ଡା ଖାଇବାକୁ ମନା କରାଯାଉଥିବା କହିଛନ୍ତି। ଅନ୍ୟପକ୍ଷରେ ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ଦେବୀଙ୍କୁ ପଚାରିବାରୁ ନିୟମାନୁଯାୟୀ ଖାଦ୍ୟ ଯୋଗାଇ ଦିଆ ଯାଉଥିବା କହିଛନ୍ତି।
ଏସବୁ ଘଟଣା ବିଷୟରେ ସ୍ଥାନୀୟ ସରପଞ୍ଚ ଗୋକୁଳ ଦୋରା, ସ୍କୁଲ କମିଟି ସଭାପତି ସନ୍ତୋଷ କୁମାର ବେହେରା, ବୁଦ୍ଧିଜୀବୀ ସୁରେଶ ପଟ୍ଟନାୟକ ଉପସ୍ଥିତ ରହି ବିଇଓଙ୍କୁ ଖବର ଦେଇଥିବା କହିଛନ୍ତି। ବିଇଓ ବିଜୟ କୁମାର ରାଉତ ଏ ଘଟଣାର ତଦନ୍ତ ଦାୟିତ୍ୱ ଟିମ୍‌କୁ ଦିଆଯାଇଥିବା କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri