ସ୍କୁଲରେ ରହିଲା ନାହିଁ ସମାଜିକ ଦୂରତା – ମାଗଣା ବହି ପାଇଁ ପ୍ରବଳ ଭିଡ଼

ସମ୍ବଲପୁର,୨୭ା୪ (ବ୍ୟୁରୋ)-ରବିବାର ସମ୍ବଲପୁର ମହାନଗର ନିଗମ ଅଧୀନ ବୀର ସୁରେନ୍ଦ୍ର ସାଏ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହେଉଛି । ସ୍କୁଲରେ ପିଲାମାନଙ୍କ ପାଇଁ ମାଗଣା ବହି ବଣ୍ଟନ କରାଯାଉଥିବା ପ୍ରଚାର ହେବା ପରେ ସେଠାରେ ଭିଡ ଜମିଥିଲା । ସମାଜିକ ଦୁରତା ରଖିବା ପାଇଁ କହିଲେ ମଧ୍ୟ କେହି ମାନି ନ ଥିଲେ । ଏପରି କି ସେଠାରେ ପୋଲିସ ପହଞ୍ଚତ୍ ଥିଲେ ମଧ୍ୟ ଛାତ୍ରୀଛାତ୍ର ଓ ଅବିଭାବକମାନେ ଭୟଶୂନ୍ୟ ଥିଲେ। ସମସ୍ତ ପାଠ୍ୟପୁସ୍ତକ ଛାତ୍ରୀଛାତ୍ରଙ୍କ ଘର ଦୂଆର ମୁହଁରେ ପହଞ୍ଚାଇବା ପାଇଁ ନିୟମ ରହିଛି । ହେଲେ ସ୍କୁଲରେ କାହିଁକ ବହି ବଣ୍ଟନ ବ୍ୟବସ୍ଥା କରାଯାଇଥିଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ା ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ରୀନା ମଣ୍ଡଳ କହିଛନ୍ତି, ପ୍ରାୟ ୪ ଦିନ ହେଲା ବହି ବଣ୍ଟନ ଆରମ୍ଭ ହୋଇଛି । ଘରକୁ ଘର ଯାଇ ବହି ବଣ୍ଟନ କରିବାକୁ ନିର୍ଦ୍ଦେଶ ରହିଛି । ହେଲେ କେଉଁ କାରଣରୁ ସ୍କୁଲରେ ଭିଡ ହୋଇଥିଲା ତାର ତଦନ୍ତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri