କୁକୁଡ଼ାଖଣ୍ଡି,୪ା୩(ଡି.ଏନ.ଏ.)- ବିଦ୍ୟାଳୟରେ ଶୋଇବା ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡ଼ିଛି। ଶୋଇଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଗୁରୁଣ୍ଠି ପଞ୍ଚାୟତ ରଙ୍ଗରାଜପୁର ପ୍ରାଥମିକ ବିଦ୍ୟାଳୟରେ। ଶିକ୍ଷୟତ୍ରୀ ଜଣକ ହେଲେ ସୁମିତା ନାୟକ।
ସୋମବାର ମଧ୍ୟାହ୍ନରେ ପିଲାମାନଙ୍କୁ ପାଠ ନ ପଢ଼ାଇ ସୁମିତା ସ୍କୁଲର ଏକ ଗୋଦାମଗୃହରେ ଶୋଇ ରହିଥିଲେ। ଏ ନେଇ ଏକ ଭିଡିଓ ଭାଇରାଲ ହେବା ପରେ ବିଇଓ ଏସ୍ ଗିରିଧର ଚିଠି ନଂ. ୩୭୬ ଅନୁଯାୟୀ ମଙ୍ଗଳବାର ଶିକ୍ଷୟିତ୍ରୀ ସୁମିତାଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ଚିଠିର ଏକ ନକଲ ସିଆର୍ସିସି, ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଏବଂ ଡିଇଓଙ୍କୁ ପଠାଇଥିବା କହିଛନ୍ତି।
ଅଞ୍ଚଳବାସୀଙ୍କ କହିବା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ୨୦ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। କିନ୍ତୁ ଦୈନିକ ମାତ୍ର ୭ଜଣ ପିଲା ଉପସ୍ଥିତ ରହୁଛନ୍ତି। ଏଥିପାଇଁ ଶିକ୍ଷୟିତ୍ରୀମାନେ କେତେବେଳେ ସ୍କୁଲକୁ ଆସୁଥିବା ବେଳେ କେତେବେଳେ ଆସୁ ନାହାନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍ ପରେ ଚହଳ, ଥାନାରେ…
ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…
କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…
ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…
ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…
ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…
ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ
ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…
ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…
ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…
କିଡ୍ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍
ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…
Archives

