ସ୍କୁଲ ଅଟୋରୁ ଖସି ପ୍ରଥମ ଶ୍ରେଣୀଛାତ୍ର ମୃତ: ଅଟୋ ସହ ଚାଳକ ଫେରାର, ତାତିଲେ ଲୋକେ

ଦିଗପହଣ୍ଡି,୧୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ବିଦ୍ୟୁତ ଷ୍ଟେଶନ ନିକଟ ମୁଖ୍ୟ ରାସ୍ତାରେ ସ୍କୁଲ ଅଟୋରୁ ଖସି ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ର ଜଣକ ହେଲେ କବିସୂର୍ଯ୍ୟ ନଗର ଥାନା ଗୁଡିଆଳି ଗାଁର ବୁଲୁ ପ୍ରଧାନଙ୍କ ପୁଅ ଅଜୟ(୬)।

ଅଜୟ ଦିଗପହଣ୍ଡି ଥାନା ତିଳେଶ୍ୱର ଗାଁର ମାମୁ ହରିକୃଷ୍ଣ ବିଷୋୟୀଙ୍କ ଘରେ ରହି ପାଠ ପଢୁଥିଲେ। ପ୍ରତିଦିନ ଭଳି ସେ ଅଟୋ ଯୋଗେ ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ସରସ୍ବତୀ ଶିଶୁ ମନ୍ଦିରକୁ ଆସୁଥିଲେ। ସକାଳ ପ୍ରାୟ ସାଢ଼େ ୯ଟାରେ ଅଟୋ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଅଜୟ ଅଟୋରୁ ଖସି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅପରପକ୍ଷେ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକେ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ରାସ୍ତା ଅବରୋଧ କରିବାରୁ ଚିକିଟି- ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଗାଡି ଚଳାଚଳ ବନ୍ଦ ଥିଲା। ପରେ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବାପରେ ରାସ୍ତା ଅବରୋଧ ହଟିଥିଲା। ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନା ପଠାଇଛିି। ଛାତ୍ରଙ୍କ ବିୟୋଗରେ ଶିଶୁ ମନ୍ଦିରରେ ଶୋକସଭା କରାଯାଇ ଛୁଟି କରାଯାଇଛି। ଅଟୋ ଚାଳକ ଫେରାର ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri